ଉଦଳା ,୩୧ା୧(ଡ଼ି.ଏନ୍.ଏ.)- ନିଶା ଯେ ମଣିଷକୁ କେଉଁ ସ୍ତରକୁ ନେଇଯାଇପାରେ ତାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ପାଟଶାଣୀପୁର ପଞ୍ଚାୟତର ଖଲାଡି ଗ୍ରାମରେ। ଏହି ଗ୍ରାମର ଜଣେ ନିଶାସକ୍ତ ବ୍ୟକ୍ତି ତାଙ୍କ ୮ ବର୍ଷର ଝିଅକୁ ମାଡ଼ ମାରି ଲହୁଲୁହାଣ କରିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ସ୍ଥାନୀୟ ଲୋକେ ସମ୍ପୃକ୍ତ ବ୍ୟକ୍ତିଙ୍କ ହାତ ଗୋଡ଼ ବାନ୍ଧି ଗ୍ରାମ ରାସ୍ତାରେ ପକାଇ ଦେଇଥିଲେ। ପରେ ପୋଲିସ ପହଞ୍ଚି ତାଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି।
ସୂଚନା ଅନୁଯାୟୀ, ଖଲାଡି ଗ୍ରାମର ରମେଶ ଚନ୍ଦ୍ର ମୁର୍ମୁ ବୁଧବାର ସନ୍ଧ୍ୟାରେ ନିକଟସ୍ଥ ସାପ୍ତାହିକ ହାଟକୁ ଯାଇ ରାତିରେ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲେ ା ତାଙ୍କ ପଡୋଶୀଙ୍କ ଘରେ କୌଣସି କଥାକୁ ନେଇ ଝଗଡା ହେଉଥିବା ବେଳେ ରମେଶ ଉକ୍ତ ଘଟଣାରେ ମୁଣ୍ଡ ପୂରାଇଥିଲେ। ଯାହାକୁ ନେଇ ରମେଶ ଏବଂ ପଡୋଶୀଙ୍କ ମଧ୍ୟରେ ଝଗଡ଼ା ଲାଗିଥିଲା ା ଏହି ସମୟରେ ୮ ବର୍ଷର ଝିଅ ତାଙ୍କ ନିକଟକୁ ଯାଇଥିଲେ। ମାତ୍ର ନିଶାସକ୍ତ ଅବସ୍ଥାରେ ରମେଶ ଝିଅକୁ ଏକ ବାଡିରେ ନିର୍ଦ୍ଦୟ ଭାବେ ପିଟିଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଝିଅକୁ ଉଦ୍ଧାର କରି ଚିକିତ୍ସା ପାଇଁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ରମେଶଙ୍କୁ କାବୁ କରି ତାଙ୍କ ହାତ ଗୋଡ ବାନ୍ଧି ଗ୍ରାମ ରାସ୍ତାରେ ପକାଇ ଦେଇଥିଲେ ା ଦୀର୍ଘ ସମୟ ଧରି ସେ ପଡ଼ି ରହିବା ପରେ ପୋଲିସ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲା ା ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ା ଏନେଇ ଥାନାରେ ଏକ ମାମଲା(ନଂ.୨୯/୨୦୨୦) ରୁଜୁ ହୋଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ
ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…
ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…
ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…
ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…
‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ
ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…
ଟ୍ରେନ୍ ଟ୍ରାକ୍ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…
କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…
ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…
Archives

