ବାପାଙ୍କ ମନପ୍ରାଣ ବିଜୁବାବୁ; ଭାଜପାରେ ମିଶିବା ଭୁଲ ନିଷ୍ପତ୍ତି ଥିଲା: ସମ୍ବିତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ୨୦୧୯ ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ ଆଉ ଏବେ ଏବେ ଭାଜପାରୁ ବୁଧବାର ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ଡା. ଦାମୋଦର ରାଉତ। ଗୋଟିଏ ପଟେ ବିଜେପୁର ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବା ବେଳେ ହଠାତ୍‌ ଦାମ ଦଳ ଛାଡ଼ିବା ନେଇ ଚର୍ଚ୍ଚାର ବିଷୟ ପାଲଟିଛି। ଦାମ ଭାଜପା ଉପରେ କ୍ଷୋଭ ପ୍ରକାଶ କରି ଇସ୍ତଫା ଦେବା ପ୍ରସଙ୍ଗ ନେଇ ମୁହଁ ଖୋଲିଛନ୍ତି ପୁଅ ତଥା ପାରାଦୀପ ବିଧାୟକ ସମ୍ବିତ ରାଉତରାୟ।

ସମ୍ବିତ କହିଛନ୍ତି, ଭାଜପାରେ ମିଶିବା ବାପାଙ୍କ ଭୁଲ ନିଷ୍ପତ୍ତି ଥିଲା। ଏକ ଦୁର୍ବଳ ମୁହୂର୍ତ୍ତରେ ତାଙ୍କୁ ଡାକି ନେଇ ଭାଜପାରେ ମିଶାଯାଇଥିଲା। ସେତେବେଳେ ସେ ଅଟକାଇବାକୁ ଚେଷ୍ଟା କରିଥିଲେ। ହେଲେ ବାପା ମାନି ନ ଥିଲେ। ବାପାଙ୍କ ମନପ୍ରାଣ ବିଜୁବାବୁ। ଏଣୁ ସେ ଭାଜପାରେ ସହଜ ମନେ କଲେନି। ଭାଜପା ଓ ବିଜେଡିର ଆଦର୍ଶ ସ୍ବତନ୍ତ୍ର। ୪୩ବର୍ଷ ଧରି ଗୋଟିଏ ଆଦର୍ଶରେ ରହି ଅନ୍ୟ ଦଳରେ ନିଜକୁ ସାଲିସ କରିବା କଷ୍ଟକର। ସେଥିପାଇଁ ବାପାଙ୍କ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଥିଲେ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଦାମ ବୁଧବାର ଦଳରୁ ଇସ୍ତଫା ଦେବା ପରେ ନିଜର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ ଦେଇଛନ୍ତି। ସେ ଭାଜପା ଉପରେ କ୍ଷୋଭ ପ୍ରକାଶ କରି କହିଛନ୍ତି, ନିଜକୁ ଦଳରେ ଅଲୋଡ଼ା ମନେ କରୁଛି। ନିର୍ବାଚନ ପରେ ଏବେ ଦଳୀୟ କାର୍ଯ୍ୟକ୍ରମରେ ମୋ ଉପସ୍ଥିତିକୁ କେହି ଆବଶ୍ୟକ ମନେ କରୁନାହାନ୍ତି। ୩୫ ବର୍ଷ ଧରି ବିଧାୟକ, ୬ଥର ମନ୍ତ୍ରୀ ହେବା ପରେ ବି ନିଜକୁ ଅଲୋଡ଼ା ଭାବୁଛି। ଏହା ମୋ ଭିତରେ ମାନସିକ ଅସନ୍ତୁଳନ ସୃଷ୍ଟି କରୁଛି। ଏଣୁ ସକ୍ରିୟ ରାଜନୀତିରୁ ସେ ସମ୍ପୂର୍ଣ୍ଣ ଅବ୍ୟାହତି ନେବାକୁ ବାଧ୍ୟ ହେଉଥିବା ଦାମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri