ବାପାଙ୍କ ମୁକ୍ତି ଲାଗି ସୁପ୍ରିମକୋର୍ଟ ଗଲେ ୨ନାବାଳକ

ନୂଆଦିଲ୍ଲୀ,୧।୫: କୋଭିଡ୍‌-୧୯ ମହାମାରୀର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର କ’ଣ ସବୁ ପଦକ୍ଷେପ ନେଇଛନ୍ତି ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶ୍ନ କରି ଗତ ୧୧ତାରିଖଠାରୁ ଜେଲ୍‌ରେ ଅଛନ୍ତି କଂଗ୍ରେସ ନେତା ସଚିନ ଚାୈଧାରୀ। ଚୌଧାରୀଙ୍କ ମୁକ୍ତି ପାଇଁ ତାଙ୍କ ୨ନାବାଳକ ପୁତ୍ର ଗୁରୁବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉଭୟ ଦିଲ୍ଲୀ ଏବଂ ଉତ୍ତରପ୍ରଦେଶ ସରକାର କରୋନା ସଂକ୍ରମଣ ରୋକିବାରେ ବିଫଳ ହୋଇଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ହଜାର ହଜାର ପ୍ରବାସୀଙ୍କୁ ଠିକ୍‌ଭାବେ ଖାଦ୍ୟ ମିଳୁନାହିଁ। ଲୋକମାନେ ଭୋକ ବିକଳରେ ଛଟପଟ ହେଉଛନ୍ତି। ଏହାର ପ୍ରତିବାଦ କରି କଂଗ୍ରେସ ନେତା ଚାୈଧାରୀ ଦିଲ୍ଲୀ-ମୋରାଦାବାଦ୍‌ ରାଜପଥକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଚୌଧାରୀଙ୍କ ଏହି କାର୍ଯ୍ୟ ତାଙ୍କୁ ଅଧିକ ଲୋକପ୍ରିୟ କରାଇଦେବ ବୋଲି ଭାବି ତାଙ୍କ ବିରୋଧରେ ମିଥ୍ୟା ମାମଲା ରୁଜୁ କରାଯାଇଛି ବୋଲି ଆବେଦନରେ ଦର୍ଶାଯାଇଛି। ଅଭିଯୋଗ କେବଳ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ। ତେଣୁ ବାପାଙ୍କୁ ଖୁବ୍‌ଶୀଘ୍ର ଜେଲ୍‌ରୁ ମୁକ୍ତି କରିବାକୁ ନାବାଳକଦ୍ୱୟ ଅନୁରୋଧ କରିଛନ୍ତି। ଚାୈଧାରୀଙ୍କ ୨ ଓ ୭ବର୍ଷର ନାବାଳକ ପୁତ୍ର ସେମାନଙ୍କ ମା’ଙ୍କ ଜରିଆରେ ଏହି ଆବେଦନ କରିଛନ୍ତି। କଂଗ୍ରେସ ନେତା ଚାୈଧାରୀଙ୍କ ବିରୋଧରେ ଆଇଟି ଆକ୍ଟର ଦଫା ୬୬(ଏ), ୬୭, ଆଇପିସିର ଦଫା ୧୮୮, ୨୬୯, ୨୭୦, ୨୭୧,୧୫୩, ୧୨୪(ଏ) ଏବଂ ବିପର୍ଯ୍ୟୟ ପରିଚାଳନା ଆଇନର ଦଫା ୫୬ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri