Posted inଖେଳ

ବାପାଙ୍କଠାରୁ ଆଗକୁ ଯିବାକୁ ଲକ୍ଷ୍ୟ ରଖିଛି: ଲଥାମ

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୫।୭ (ପି.ଟି.)- ନ୍ୟୁଜିଲାଣ୍ଡ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ଟମ୍‌ ଲଥାମ କହିଛନ୍ତି ୧୯୯୨ ବିଶ୍ୱକପ୍‌ରେ ତାଙ୍କ ବାପା ରଡ୍‌ ଲଥାମ ଯାହା ହାସଲ କରିଥିଲେ ଚଳିତ ସଂସ୍କରଣରେ ସେ ଏହାଠାରୁ ଆଗକୁ ଯିବାକୁ ଲକ୍ଷ୍ୟ ରଖିଛନ୍ତି। ୧୯୯୨ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳ ସେମିଫାଇନାଲରେ ପ୍ରବେଶ କରିଥିବାବେଳେ ପାକିସ୍ତାନ ନିକଟରୁ ପରାସ୍ତ ହୋଇ ବିଦାୟ ନେଇଥିଲା। ନ୍ୟୁଜିଲାଣ୍ଡ ପକ୍ଷରୁ ୪ ଟେଷ୍ଟ ଓ ୩୩ ଦିନିକିଆ ମ୍ୟାଚ୍‌ ଖେଳିଥିବା ରଡ୍‌ ୧୯୯୨ ବିଶ୍ୱକପ୍‌ରେ କିଓ୍ବି ଦଳର ସଦସ୍ୟ ରହିଥିଲେ। ‘ସେହି ବିଶ୍ୱକପ୍‌ ସମ୍ପର୍କରେ ବାପାଙ୍କ ସହିତ ବହୁଥର ଆଲୋଚନା କରିଛି। ୧୯୯୨ ପରି କ୍ରିକେଟ ମହାକୁମ୍ଭର ଚଳିତ ଦ୍ୱାଦଶ ସଂସ୍କରଣ ମଧ୍ୟ ସମାନ ଫର୍ମାଟ୍‌ର। ଆଶାକରୁଛି ସେମାନେ ଯାହା ହାସଲ କରିଥିଲେ ଆମେ ନିଶ୍ଚୟ ଆଗକୁ ଯିବୁ’ ବୋଲି ଟମ୍‌ କହିଛନ୍ତି।
ଆଇସିସି ବିଶ୍ୱକପ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ବୁଧବାର ନ୍ୟୁଜିଲାଣ୍ଡ ୧୧୯ ରନରେ ଆୟୋଜକ ଇଂଲଣ୍ଡ ନିକଟରୁ ପରାସ୍ତ ହୋଇଛି। ଏହି ମ୍ୟାଚ୍‌ରେ ଲଥାମ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ ମଧ୍ୟ ଦଳକୁ ପରାଜୟରୁ ରକ୍ଷା କରିପାରି ନ ଥିଲେ। ଏହି ବିଜୟ ସହ ଅଷ୍ଟ୍ରେଲିଆ ଓ ଭାରତ ପରେ ୩ୟ ଦଳ ଭାବେ ଇଂଲଣ୍ଡ ସେମିଫାଇନାଲରେ ପ୍ରବେଶ କରିଛି। ଅପରପକ୍ଷରେ ନ୍ୟୁଜିଲାଣ୍ଡ ୧୧ ପଏଣ୍ଟ ସହ ୪ର୍ଥ ସ୍ଥାନରେ ରହିଛି। ଯଦି ପାକିସ୍ତାନ (୧୦ ପଏଣ୍ଟ) ଏହାର ଅନ୍ତିମ ମ୍ୟାଚ୍‌ରେ ଶୁକ୍ରବାର ବାଂଲାଦେଶକୁ ୩୧୬ ରନ୍‌ ବ୍ୟବଧାନରେ ପରାସ୍ତ କରେ ତେବେ ନ୍ୟୁଜିଲାଣ୍ଡକୁ ପଛରେ ପକାଇ ସେମିଫାଇନାଲରେ ପହଞ୍ଚତ୍ବ। କିନ୍ତୁ ପାକିସ୍ତାନ ପାଇଁ ଏହା ଏକ କଷ୍ଟସାଧ୍ୟ ଲକ୍ଷ୍ୟ ହୋଇଥିବାରୁ ନ୍ୟୁଜିଲାଣ୍ଡ ଅନ୍ତିମ-୪ରେ ସ୍ଥାନ ହାସଲ କରିବାର ଯଥେଷ୍ଟ ସମ୍ଭାବନା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri