ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ କିରିକିଚିଆ ସାହିରେ। ମୃତ ବାପା ହେଲେ ଗୋପାଳ ସାହୁ(୭୮) ।
ପ୍ରକାଶ ଯେ, ଗୋପାଳ ମଧ୍ୟାହ୍ନରେ ନିଜ ଘର ବାରଣ୍ଡାରେ ବସିଥିଲେ। ନିଶାଶକ୍ତ ଅବସ୍ଥାରେ ପୁଅ ମଦନ ଆସି କୌଣସି କାରଣରୁ ତାଙ୍କୁ କୋଦାଳରେ ଆକ୍ରମଣ କରିଥିଲେ। ଏହାଦେଖି ମଦନଙ୍କ ମା’ ସାହି ପଡିଶାଙ୍କୁ ଡାକିବା ପାଇଁ ଯାଇଥିଲେ। ଏହି ସମୟରେ ମଦନ ଗୋପାଳଙ୍କୁ ଛେଚି ମାରିଦେଇଥିଲେ। ପରେ ତାଙ୍କୁ ଘୋଷାଡ଼ି ଘୋଷାଡ଼ି ନେଇ ଘର ବଗିଚାରେ ପକାଇ ଦେଇଥିଲେ। ଘଟଣା ପରେ ପଡୋଶୀ ମଦନଙ୍କୁ ଧରି ପାଖରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଥାନାକୁ ଖବର ଦେଇଥିଲେ। ଘଟଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୋପାଳଙ୍କ ମୃତଦେହ ଉଦ୍ଧାର କରିଛି। ହତ୍ୟା ଘଟଣାରେ ବ୍ୟବହୃତ କୋଦାଳକୁ ଗୁହାଳ ପାଖରେ ଲୁଚାଯାଇଥିବା ବେଳେ ପୋଲିସ ତାକୁ ଜବତ କରିଛି। ମଦନଙ୍କୁ ଥାନାକୁ ନେଇ ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ମଦନଙ୍କୁ ଗିରଫ କରାଯିବ ବୋଲି ଘଟଗାଁ ଏସ୍‌ଡିପିଓ ରବୀନ୍ଦ୍ର କୁମାର ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri