ବାପାଙ୍କୁ ପିଟି ପିଟି ମାରିଦେଲେ ଦୁଇ ପୁଅ

ବଣାଇଁ, ୪।୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅଧୀନ ରାଣିବେର୍ଣ୍ଣା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ଦୁଇ ପୁଅ କାଠ ଫାଳିଆରେ ପିଟି ପିଟି ବାପାଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ବାପା ମଙ୍ଗରା ଭୁମିଜ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ଦ୍ୱିତୀୟ ବିବାହ କରିଥିଲେ। ଏହାକୁ ନେଇ ପ୍ରଥମ ସ୍ତ୍ରୀଙ୍କ ଦୁଇ ପୁଅ ଏବଂ ବାପାଙ୍କ ମଧ୍ୟରେ ପାଟିତୁଣ୍ଡ ଲାଗି ରହୁଥିଲା। ଅନ୍ୟପକ୍ଷେ ଶୁକ୍ରବାର ରାତିରେ ଗଣ୍ଡଗୋଳ ଉଗ୍ରରୂପ ନେଇଥିଲା। ଏହାପରେ ଉତ୍ତ୍ୟକ୍ତ ଦୁଇପୁଅ କାଠଫାଳିଆରେ ବାପା ମଙ୍ଗରାଙ୍କୁ ପିଟି ପିଟି ହତ୍ୟା କରିଥିଲେ l ଏତିକିରେ ଦୁଇ ଭାଇଙ୍କ ରାଗ ଶାନ୍ତ ହୋଇ ନ ଥିଲା, ବାପାଙ୍କ ଉପରକୁ ସେମାନେ ଏକ ସ୍କୁଟିକୁ ଚଢାଇ ଦେଇଥିଲେ। ତେବେ ଦୁଇ ପୁଅ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ରହିଛି। ଖବର ପାଇ ଚାନ୍ଦିପୋଷ ଥାନା ଅଧିକାରୀ ଶନିବାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ଦୁଇ ଭାଇଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ରାଉରକେଲାରୁ ଏକ ସାଇଣ୍ଟିଫିକ ଟିମ୍‌ ଆସିବା ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଲହୁଣିପଡ଼ା ଡାକ୍ତରଖାନାକୁ ପଠାଇଛି। ଏହି ଘଟଣା ଉକ୍ତ ଅଞ୍ଚଳରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri