ବାପାଙ୍କୁ ହତ୍ୟାକରି ଆତ୍ମହତ୍ୟା କଲେ ପୁଅ

ଚୌଦ୍ୱାର,୨୨।୩(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସହରରେ ଘଟିଛି ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ଘଟଣାକୁ ନେଇ ପୁଅ ବାପାଙ୍କୁ ହତ୍ୟା କରିବା ପରେ ନିଜେ ମଧ୍ୟ ଆତ୍ମହତ୍ୟା କରିଛନ୍ତି। ମୃତ ବାପା ହେଲେ ଚୌଦ୍ୱାର ପୌରପାଳିକାର ୧୧ ନଂ ୱାର୍ଡ ଅନ୍ତର୍ଗତ ଓଟିଏମ୍‌ କଲୋନୀରେ ରହୁଥିବା କାଳୁ ଚରଣ ବେହେରା(୬୫)। ସେହିଭଳି ମୃତ ପୁଅ ହେଲେ ମୁନି।

ସୂଚନାନୁଯାୟୀ, ଓଟିଏମ୍‌ କଲୋନୀରେ ରହୁଥିବା କାଳୁ ଚରଣଙ୍କ ପୁଅ ମୁନିଙ୍କର ମାନସିକ ଅବସ୍ଥା ଭଲ ନ ଥିଲା। ରାତିରେ କୌଣସି କଥାକୁ ନେଇ ମୁନି ଓ ତାଙ୍କ ମା’ଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହି ସମୟରେ କାଳୁଚରଣ ମୁନିଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ। ହେଲେ ମୁନି ଉତ୍‌କ୍ଷିପ୍ତ ହୋଇ ଏକ ଲୁହା ରଡ୍‌ରେ ବାପାଙ୍କୁ ଆକ୍ରମଣ କରିଥିଲେ। ଏଥିରେ କାଳୁଚରଣଙ୍କ କପାଳ ଦୁଇଫାଳ ହୋଇଯାଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିଲା। ବାପାଙ୍କ ମୃତ୍ୟୁ ହୋଇଯାଇଥିବା ଦେଖି ପୁଅ ମୁନି ମାନସିକ ଭାରସାମ୍ୟ ହରାଇ ଏକ ଛୁରୀ ସାହାଯ୍ୟରେ ନିଜ ଶରୀରର ବିଭିର୍ଣ୍ଣ ସ୍ଥାନରେ ଆଘାତ ଦେଇଥିଲେ। ଏଥିରେ ପ୍ରଚୁର ରକ୍ତସ୍ରାବ ଯୋଗୁ ସେ ଚେତାଶୂନ୍ୟ ହୋଇ ତଳେ ପଡିଯାଇଥିଲେ। ପରେ ତାଙ୍କ ମାଆ କବାଟ ଖୋଲି ବାହାରକୁ ଆସି ପଡ଼ୋଶୀଙ୍କୁ ଡାକ ପକାଇଥିଲେ। ଖବର ପାଇ ଚୌଦ୍ୱାର ଥାନା ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ଗୁରୁତର ମୁନିକୁ ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ମେଡିକାଲ ପଠାଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳକୁ ପୋଲିସ ନିଜ କବ୍ଜାକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ ସହ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri