Posted inଜାତୀୟ

ବାବରୀ ମସଜିଦ୍‌ ପାଇଁ ଯୋଗୀ ସରକାର ଦାନ କଲେ ୫ଏକର ଜମି

ଆଯୋଧ୍ୟା,୫।୨: ରାମମନ୍ଦିର ଟ୍ରଷ୍ଟ ଘୋଷଣା ହେବା ପରେ ଏବେ ଯୋଗୀଙ୍କ କ୍ୟାବିନେଟ ସୁନ୍ନି ଓ୍ବାକଫ୍‌ ବୋର୍ଡକୁ ଜମି ପ୍ରଦାନ ନେଇ ଏକ ପ୍ରସ୍ତାବକୁ ପାସ୍‌ କରିଛନ୍ତି। ଆଯୋଧ୍ୟାର ସୋହାବଲ ତହସିଲର ଧନିପୁର ଗାଁରେ ସୁନ୍ନି ଓ୍ବାକଫ୍‌ ବୋର୍ଡଙ୍କୁ ଜମି ପ୍ରଦାନ ପାଇଁ ନିଷ୍ପତ୍ତି ନିଆଯାଇଛି। ବୁଧବାର ୫ଏକର ଜମି ପ୍ରସ୍ତାବ ପାସ୍‌ ହୋଇଥିବା ନେଇ ସରକାରଙ୍କ ମୁଖପାତ୍ର ସିଦ୍ଧାର୍ଥନାଥ ସିଂହ ସୂଚନା ଦେଇଛନ୍ତି। କେନ୍ଦ୍ରକୁ ୩ଟି ବିକଳ୍ପ ଜମି ପାଇଁ ପ୍ରସ୍ତାବ ଦିଆଯାଇଥିଲା। ସେଥିମଧ୍ୟରୁ ଏହି ଜମିପାଇଁ ସହମତି ପ୍ରକାଶ ପାଇଥିଲା ବୋଲି ସେ କହିଛନ୍ତି। ତେବେ ମସଜିଦ୍‌ ପାଇଁ ଧନିପୁରରେ ଜମି ଦିଆଯିବାକୁ ଥିବା ବେଳେ ଏହା ମୁଖ୍ୟାଳୟରୁ ୧୮ କିଲୋମିଟରେ ଦୂରରେ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

କୋଠାବାଡ଼ି ନିର୍ମାତାଙ୍କୁ ମିଳିବ ୪ମାସର ରିହାତି

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିକୁ ନେଇ କେନ୍ଦ୍ର ନଗର ଉନ୍ନୟନ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରିଅଲ ଇଷ୍ଟେଟ୍‌ ଓ ବିଲ୍ଡର୍ସ(କୋଠାବାଡ଼ି ନିର୍ମାତା)ଙ୍କୁ ୪ମାସର…

ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ, ଦୁଇ ବାଇକ ଆରୋହୀ ସମେତ ୭ ଯାତ୍ରୀ ଆହତ

ମୋହନା,୩।୮( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ରାଇଗଣ୍ଡା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri