ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ପାଳିତ ‘ଗୁରୁ, ଶିଷ୍ୟଙ୍କ ସମ୍ମିଳିତ ଉଦ୍ୟମରେ ଅନୁଷ୍ଠାନର ବିକାଶ ହୋଇଥାଏ’

ଚଣ୍ଡିଖୋଲ,୧୩ା୮(ଡି.ଏନ୍‌.ଏ.)- ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବଂୟଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଟା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ତଥା ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ କିସ୍‌ ୟୁନିଭରସିଟିର କୁଳପତି ପ୍ରଫେସର ହରେକୃଷ୍ଣ ଶତପଥୀ ଯୋଗ ଦେଇଥିଲେ। ଛାତ୍ରୀଛାତ୍ର ବ୍ରହ୍ମଚର୍ଯ୍ୟ, ଦେଶଭକ୍ତି, ଜ୍ଞାନ ଓ କରୁଣା, ଅନୁକମ୍ପା ଓ ଆତ୍ମଜ୍ଞାନର ଅଧିକାରୀ ହେବାକୁ ଶତପଥୀ ଆହ୍ବାନ ଦେଇଥିଲେ। ଏଥିସହ ଛାତ୍ରୀଛାତ୍ର ହେଲେ ଅମୃତର ସନ୍ତାନ ସେମାନଙ୍କ ଭିତରେ ରହିଥିବା ଅସିମ ଶକ୍ତିକୁ ଦେଶ, ଜାତି ଓ ସମାଜର ଉନ୍ନତିରେ ବିନିଯୋଗ କରିବାକୁ କହିବା ସହ ଶିକ୍ଷାନୁଷ୍ଠାନ ସହିତ ଜଡ଼ିତ ଗୁରୁ ଓ ଶିଷ୍ୟଙ୍କ ସମ୍ମିଳିତ ଉଦ୍ୟମରେ ଅନୁଷ୍ଠାନର ବିକାଶ ହୋଇଥାଏ ବୋଲି କହିଥିଲେ। ବିଧାୟକ ଶତପଥୀ ଛାତ୍ରୀଛାତ୍ର ସୃଜନଶୀଳତା, ଶିକ୍ଷାଦାନ ଦୃଢ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ କରି ଶିକ୍ଷାନୁଷ୍ଠାନର ଗୌରବ ବୃଦ୍ଧି କରିବାକୁ ଆହ୍ବାନ ଦେଇଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବୀରେନ୍ଦ୍ର କୁମାର ମିଶ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ପୁରାତନ ଛାତ୍ର ସଂଘର ସଭାପତି ଅଧ୍ୟାପକ ପବିତ୍ର ମୋହନ ମାହାଲା ଯୋଗଦେଇ ସରକାରଙ୍କ ନିଷ୍ପତ୍ତି ୧୦୦ଟି କଲେଜକୁ ନେଇ ଏକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଯୋଜନା ଥିବା ବେଳେ ଏଥିରେ ଚଣ୍ଡିଖୋଲ କଲେଜକୁ ଏକ ବିଶ୍ୱ ବିଦ୍ୟାଳୟରେ ପରିଣତ କରିବା ଦିଗରେ ଉଦ୍ୟମ କରିବାକୁ ବିଧାୟକଙ୍କୁ ଅନୁରୋଧ କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟର ମୁଖପତ୍ର ‘ଶୈଳଜା’, କଲେଜର କ୍ୟାଲେଣ୍ଡରକୁ ଅତିଥିମାନେ ଉନ୍ମୋଚନ କରିଥିଲେ। କେନ୍ଦ୍ରାପଡ଼ା ସ୍ବୟଂ ଶାସିତ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ବିନ୍ଦୁମିତ୍ର ବଳ ଓ ପ୍ରାକ୍ତନ କଲେଜ ଅଧ୍ୟକ୍ଷ କେଦାର ନାଥ ଦାଶ ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଯୁକ୍ତ ୨ ଓ ଯୁକ୍ତ ୩ କଳା ଓ ବିଜ୍ଞାନ କ୍ଷେତ୍ରରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଅଧ୍ୟାପିକା ଇନ୍ଦୁମତୀ ଦାଶ ମଞ୍ଚ ପରିଚାଳନା ଓ ଅଧ୍ୟାପକ ସଲିଳ ରାଜନନ୍ଦନ ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିଲେ। ପୁରାତନ ଛାତ୍ରସଂଘର ସାଧାରଣ ସମ୍ପାଦକ ଦେବରାଜ ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ। ଅଧ୍ୟାପକ ସଞ୍ଜୟ ରାୟ ମାନପତ୍ର ପାଠ କରିଥିଲେ। ଶେଷରେ ଅଧ୍ୟାପକ ଅଭିମନ୍ୟୁ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?