ବାବାଜି ଅବତାର

ବିଜୁ ବଡ଼ଜେନା ଖଳନାୟକ ଭାବରେ ଅନେକ ଥର ବଡ଼ ପରଦାରେ ମୁହଁ ଦେଖାଇ ସାରିଛନ୍ତି। ଗତ ବର୍ଷ ରିଲିଜ୍‌ ହୋଇଥିବା ‘ମାଲ୍‌ ମହୁ ଜୀବନ ମାଟି’ରେ ସେ କମେଡି ଖଳନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ଏବେ ବାବାଜି ଅବତାରରେ ଦର୍ଶକଙ୍କ ସାମ୍ନାକୁ ଆସୁଛନ୍ତି। ଫିଲ୍ମଟି ହେଲା ‘ହୀରୋ ନଂ. ଜିରୋ’। ଏଥିରେ ନିଜ ଭୂମିକା ସମ୍ପର୍କରେ ବିଜୁ କହନ୍ତି, ”ଏଥିରେ ମୋ ଭୂମିକା ବାବାଜି। ଗେରୁଆ ବସ୍ତ୍ର ପିନ୍ଧିଛି। ହେଲେ ଖଳନାୟକୀକୁ ଉସ୍‌କାଇବାରେ ଓସ୍ତାଦ। ମୋ ଇସାରା ଆଉ କଥାରେ ଜଣେ ଆଣ୍ଟିସୋସିଆଲ କାମରେ ବ୍ୟସ୍ତ। ମୋତେ ସେ ଲଭ୍‌ ଗୁରୁ ଭାବରେ ମାନିନେଇଛି। ଏହି ଭୂମିକାରେ କମେଡି ମଧ୍ୟ ରହିଛି।“ ନିର୍ମାଣାଧୀନ ‘ହୀରୋ ନଂ. ଜିରୋ’ର ନିର୍ଦ୍ଦେଶନା ଦେଇଛନ୍ତି ନିରଞ୍ଜନ ବେହେରା। ଲିଡ୍‌ ରୋଲ୍‌ରେ ଅଛନ୍ତି ଜ୍ୟୋତି ଏବଂ ନବାଗତା ଖୁସି। ସଂଗ୍ରାମ ବିଶ୍ୱାଳଙ୍କ ନିର୍ଦ୍ଦେଶନାରେ ‘ମହାସଂଗ୍ରାମ’ରୁ ଆରମ୍ଭ ହୋଇଥିଲା ତାଙ୍କର ବଡ଼ ପରଦା କ୍ୟାରିୟର। ‘ପ୍ରେମ ପାଇଁ ମହାଭାରତ’ରେ ଶକୁନି ଚରିତ୍ର ତାଙ୍କୁ ନିକଟରେ ବେଶ୍‌ ମାଇଲେଜ୍‌ ଦେଇଥିଲା। ଏହାବ୍ୟତୀତ ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଆସିବି ଫେରି ମୁଁ ବସୁଧା ଚିରି’ରେ ତାଙ୍କୁ ମିଳିଛି ମନଲାଖି ଭୂମିକା। ତେବେ ବିଜୁଙ୍କ ବାବାଜି ଅବତାର ଦର୍ଶକଙ୍କୁ କେତେ ଏଣ୍ଟରଟେନ୍‌ କରୁଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri