Posted inରାଜ୍ୟ

ବାବୁଲିଙ୍କୁ ଗୁଳିମାଡ଼ ଘଟଣା: ୧୨ ଘଣ୍ଟିଆ କେନ୍ଦ୍ରାପଡ଼ା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧୭।୭: ଗତ ୧୩ ତାରିଖରେ ସହରର ଦଣ୍ଡାମୁଣ୍ଡ ଛକଠାରେ ଧର୍ମରକ୍ଷା ସେନାର ଜିଲା ଆବାହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କୁ ୨ଜଣ ଦୁର୍ବୃତ୍ତ ଗୁଳିମାଡ଼ କରିଥିଲେ। ଏହି ଘଟଣାକୁ ୭୨ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅପରାଧୀଙ୍କୁ ଗିରଫ କରିବାରେ ପୋଲିସ ବିଫଳ ହୋଇଛି। ଏହାକୁ ବିରୋଧ କରି ଧର୍ମରକ୍ଷା ସେନା, ବଜରଙ୍ଗ ଦଳ, ଜିଲା ବଣିକ ସଂଘ ଏବଂ ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ କେନ୍ଦ୍ରାପଡ଼ା ଜିଲା ବନ୍ଦ ଡାକରା ଦିଆଯାଇଥିଲା। ଏଥିପାଇଁ ସମସ୍ତ ସରକାରୀ ତଥା ବେସରକାରୀ ଅନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବା ବେଳେ ରାଜ୍ୟ ରାଜପଥ ଏବଂ ଜାତୀୟ ରାଜପଥଠାରେ ରାସ୍ତାରୋକୋ କରାଯାଇଛି। ଏ ନେଇ ଏସ୍‌ପି ନୀତି ଶେଖର କହିଛନ୍ତି, ତଦନ୍ତ ଚାଲିଥିବାରୁ ଏହି ବନ୍ଦ ଡାକରାକୁ ସ୍ଥଗିତ କରିବାକୁ ଆହ୍ବାନ କରାଯାଇଥିଲା। ତେବେ ବନ୍ଦ ସତ୍ତ୍ୱେ ଜିଲାର ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri