ବାବୁଲିଙ୍କୁ ଗୁଳିମାଡ଼ ଘଟଣା: ୧୭ରେ ଜିଲା ବନ୍ଦ ଡାକରା, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଚିନ୍ତାରେ ପୋଲିସ

କେନ୍ଦ୍ରାପଡା ଅଫିସ, ୧୬ା୭- ଗତ ୧୩ ତାରିଖ ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ ସହରର ଦଣ୍ଡାମୁଣ୍ଡ ଛକଠାରେ ଗୁଳିମାଡ଼ ଘଟଣା ଜିଲା ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି ା ଘଟଣାର ୪୮ ଘଣ୍ଟା ବିତିଥିଲେ ମଧ୍ୟ ଅପରାଧୀଙ୍କ ସୁରାକ ମିଳିନାହିଁ ା ଗୁଳିମାଡ଼ରେ ଧର୍ମରକ୍ଷା ସେନାର ଜିଲା ଆବାହକ ତଥା ବଜାର କମିଟି ସଭାପତି ବିବେକାନନ୍ଦ ମହାରଣା ଓରଫ ବାବୁଲି ଗୁରୁତର ହୋଇ କଟକ ବଡ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଅପରାଧୀକୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗିରଫ କରିବାକୁ ଦାବି ହୋଇଛି ା ଦାବି ପୂରଣ ନ ହେଲେ ଆସନ୍ତା ୧୭ ତାରିଖରେ ସମଗ୍ର ଜିଲାର ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ ବୋଲି ଏସ୍‌ପି ନୀତିଶେଖରଙ୍କୁ ଲିଖିତ ଭାବେ ଜଣାଇଦିଆଯାଇଛି। ଅପରପକ୍ଷରେ ସେଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରା ଗସ୍ତ କରି ନିର୍ବାଚନ ପ୍ରଚାରରେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି। ଏନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏନେଇ ପୋଲିସର ଚିନ୍ତା ବଢ଼ିଯାଇଛି।
ସୂଚନାଯୋଗ୍ୟ, ବାବୁଲିଙ୍କୁ ଦଣ୍ଡାମୁଣ୍ଡ ଛକରେ ୨ଜଣ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର ହୋଇଯିବା ପରେ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡିଯାଇଛି। ଆଇଜି ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ମାମଲାକୁ ଗୁରୁତ୍ୱ ଦେଇଥିଲେ ମଧ୍ୟ ତଦନ୍ତକୁ ଠିକ୍‌ ଭାବେ ପରିଚାଳନା କରାଯାଇ ପାରିନାହିଁ ା ସୋମବାର ଦିନସାରା ତିନିମୁହାଣୀ ଓ ଦଣ୍ଡାମୁଣ୍ଡ ଛକ ବନ୍ଦ ରହିଛି ା ଏହା ପୂର୍ବରୁ ରବିବାର ସହରର ଗରାପୁର,ଦଣ୍ଡାମୁଣ୍ଡ ଛକ, ତିନମୁହାଣି, ଦୁହିରିଆସ୍ଥିତ ଜାତୀୟ ଓ ରାଜ୍ୟ ରାଜପଥଠାରେ ରାସ୍ତାରୋକୋ ହେବାସହ ସହରର ପ୍ରବେଶ ସ୍ଥାନଗୁଡିକରେ ଟାୟାର ଜାଳି ରାସ୍ତାରୋକୋ କରାଯାଇଥିଲା। ଜିଲା ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ଉତ୍ତେଜନା ପୂର୍ଣ୍ଣ ସ୍ଥିତି ଏବେବି ଜାରିରହିଛି । ସେହିପରି ବଜାର କମିଟି ପକ୍ଷରୁ ଏନେଇ ଏକ ବୈଠକରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଜାର କମିଟି, ପୂଜା କମିଟି, ବିଭିନ୍ନ ସାମାଜିକ ଓ ଧାର୍ମିକ ସଂଗଠନ କର୍ମକର୍ତ୍ତା ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ବୈଠକରେ ୫୦୦ରୁ ଊର୍ଦ୍ଧ୍ୱ ସଦସ୍ୟ ସାମିଲ ହୋଇ ଅପରାଧୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଥିଲେ।
ଏ ସମ୍ପର୍କରେ ଏସପି ନୀତିଶେଖର କହିଛନ୍ତି, ସହରରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରତି ଦୃଷ୍ଟି ଦିଆଯାଇଛି । ଗୁଳିମାଡ଼ ଘଟଣାର ତଦନ୍ତ ଚାଲିଛି ା ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓ ପାଟକୁରା ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri