Posted inଜାତୀୟ

ବାମ ସଙ୍ଗଠନ ଦଖଲରେ ଜେଏନ୍‌ୟୁ

ନୂଆଦିଲ୍ଲୀ,୧୭ା୯(ପି.ଟି.): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)କୁ ବାମପନ୍ଥୀ ଛାତ୍ର ସଙ୍ଗଠନଗୁଡ଼ିକ ଦଖଲ କରିଛନ୍ତି। ଛାତ୍ର ସଂସଦ ନିର୍ବାଚନରେ ୪ ପ୍ରମୁଖ ପଦବୀରେ ଆଇଏଏସ୍‌ଏ, ଏସ୍‌ଏଫ୍‌ଆଇ, ଏଆଇଏସ୍‌ଏଫ୍‌ ଏବଂ ଡିଏସ୍‌ଏଫ୍‌କୁ ନେଇ ଗଠିତ ସଂଯୁକ୍ତ ମେଣ୍ଟ ସଫଳ ହୋଇଥିବା ମଙ୍ଗଳବାର ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି।
ସଂଯୁକ୍ତ ମେଣ୍ଟର ସଭାପତି ପ୍ରାର୍ଥୀ ଆଇଶେ ଘୋଷ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ର ମନୀଷ୍‌ ଜାଙ୍ଗିଡ୍‌ଙ୍କୁ ପରାଜିତ କରିଛନ୍ତି। ଆଇଶେଙ୍କୁ ୨,୩୧୩ ଭୋଟ ମିଳିଥିବାବେଳେ ଜାଙ୍ଗିଡ୍‌ଙ୍କୁ ୧,୧୨୮ ଛାତ୍ରୀଛାତ୍ର ସମର୍ଥନ କରିଛନ୍ତି। ସେହିପରି ଉପସଭାପତି ପଦ ପାଇଁ ସଂଯୁକ୍ତ ମେଣ୍ଟର ସାକେତ ମୁନ୍‌ ୩,୩୬୫ ଭୋଟ ପାଇ ବିଜୟୀ ହୋଇଥିବାବେଳେ ଏବିଭିପି ପ୍ରାର୍ଥୀ ଶ୍ରୁତି ଅଗ୍ନିହୋତ୍ରୀ ୧,୩୩୫ ଖଣ୍ଡ ଭୋଟ ପାଇ ହାରିଯାଇଛନ୍ତି। ସତୀଶ ଚନ୍ଦ୍ର ଯାଦବ ୨,୫୧୮ ଭୋଟ ପାଇ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଥିବାବେଳେ ସବରୀଶ ପିଏ ୧,୩୫୫ ଭୋଟ ସହ ପରାଜୟ ସ୍ବୀକାର କରିଛନ୍ତି। ୩,୨୯୫ ଭୋଟ ପାଇଥିବା ମହମ୍ମଦ ଦାନିଶ ଯୁଗ୍ମ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇ ସୁମନ୍ତ କୁମାର ସାହୁଙ୍କୁ ହରାଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଜେଏନ୍‌ୟୁଏସ୍‌ୟୁ ନିର୍ବାଚନରେ ୫,୭୦୦ ଛାତ୍ରୀଛାତ୍ର ମତାଧିକାର ସାବ୍ୟସ୍ତ କରିଥିଲେ। ମତଦାନ ହାର ୬୭.୯% ଥିଲା, ଯାହାକି ୭ ବର୍ଷରେ ସର୍ବାଧିକ ବୋଲି କୁହାଯାଉଛି। ଦିଲ୍ଲୀ ହାଇକୋର୍ଟଙ୍କ ଅନୁମତି ପରେ ଏହି ନିର୍ବାଚନ ଫଳ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri