ବାରଦୁଆର ହେଉଛନ୍ତି ବାବୁଲା

ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଦିବ୍ୟାଙ୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଅନେକ ଯୋଜନା। ଏଥିପାଇଁ ସରକାରୀସ୍ତରରେ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ସ୍ବତନ୍ତ୍ର ଶିବିର, ସାମାଜିକ ସଶକ୍ତୀକରଣ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ ସମସ୍ୟା ମୁକ୍ତ କରିବାକୁ ଯଥାସାଧ୍ୟ ଉଦ୍ୟମ କରାଯାଉଥିବା ଡିଣ୍ଡିମ ପିଟୁଛନ୍ତି ସରକାର। ହେଲେ ତୃଣମୂଳସ୍ତରରେ ପ୍ରଶାସନିକ ଅବହେଳା ଦିବ୍ୟାଙ୍ଗଙ୍କ ଜୀବନକୁ ଦୁର୍ବିଷହ କରିପକାଉଛି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ପଞ୍ଚାୟତ ବାହାଣିଆ ସାହିର ବାବୁଲା ବେହେରା। ୮୦% ଦିବ୍ୟାଙ୍ଗ ହୋଇଥିଲେ ସୁଦ୍ଧା ବାବୁଲାଙ୍କ ଭାଗ୍ୟରେ ଜୁଟିନାହିଁ ଆବାସ ଯୋଜନାରେ ଖଣ୍ଡିଏ ଘର। ଏପରି କି ୭୦୦ ବଦଳରେ ୫୦୦ ଟଙ୍କା ଭତ୍ତା ଦିଆଯାଉଛି। ତଥାପି ନ୍ୟାୟ ପାଇବା ଆଶାରେ ସେ ବାରଦୁଆର ହେଉଥିବା କହିଛନ୍ତି।
ବାବୁଲାଙ୍କ କହିବା କଥା, ସେ ଜନ୍ମରୁ ଭିନ୍ନକ୍ଷମ। ତାଙ୍କ ପାଖରେ ଶତକଡ଼ା ୮୦ ଭାଗ ଦିବ୍ୟାଙ୍ଗ ବୋଲି ସାର୍ଟିଫିକେଟ ମଧ୍ୟ ରହିଛି। ସ୍ତ୍ରୀ, ୩ବର୍ଷର ଝିଅ ସହ ସେ ତାଙ୍କ ବାପାଙ୍କ ଆଜବେଷ୍ଟସ୍‌ ଘରେ କଷ୍ଟେମଷ୍ଟେ ରହୁଛନ୍ତି। ୨୦୧୧ରେ ସରକାରୀସ୍ତରରେ ଆବାସ ଯୋଜନାରେ ଘର ପ୍ରଦାନ କରିବାକୁ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା। ଉକ୍ତ ତାଲିକାରେ ତାଙ୍କ ନାମ ସାମିଲ ହୋଇଥିଲା। ହେଲେ ଚଞ୍ଚକତା କରି କେହି ନାମକୁ ତାଲିକାରୁ କାଟି ଦେଇଛି। ଏହାପରେ ଘର ଖଣ୍ଡିଏ ପାଇଁ ସେ ପ୍ରଶାସନ ପାଖରେ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଗଲେଣି। ୨୦୧୮ ନଭେମ୍ବର ୨୬, ଡିସେମ୍ବର ୨୪ରେ ଏ ନେଇ ଜିଲାପାଳଙ୍କ ଜନ ଶୁଣାଣି ଶିବିରରେ ଅଭିଯୋଗ କରିଥିଲେ। ତଥାପି କୌଣସି ସୁଫଳ ମିଳୁନାହିଁ। ସେ ଆହୁରି ମଧ୍ୟ କହିଛନ୍ତି, ଶତକଡ଼ା ୮୦% ଶାରୀରିକ ଦିବ୍ୟାଙ୍ଗ ହୋଇଥିଲେ ୭ଶହ ଟଙ୍କା ଭତ୍ତା ପ୍ରଦାନ କରିବାକୁ ସରକାରୀସ୍ତରରେ ନିୟମ ଅଛି। ହେଲେ ତାଙ୍କୁ ୫୦୦ ଟଙ୍କା ମିଳୁଛି। ବାକି ୨୦୦ ଟଙ୍କା କୁଆଡ଼େ ଯାଉଛି ତାହାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ଅବହେଳାର ଶିକାର ହୋଇଥିଲେ ମଧ୍ୟ ବାବୁଲା ନ୍ୟାୟ ପାଇଁ ସଂଘର୍ଷ ଜାରି ରଖିଥିବା କହିଛନ୍ତି।
ଏ ନେଇ ବିଡିଓ ବସନ୍ତ କୁମାର ମଲ୍ଲିକ କୁହନ୍ତି, କେଉଁ ପରିସ୍ଥିତିରେ ଏବଂ କିଏ ବାବୁଲାଙ୍କ ନାମକୁ ଯୋଗ୍ୟ ହିତାଧିକାରୀ ତାଲିକାରୁ ବାଦ୍‌ ଦେଇଛି ତାହାର ତଦନ୍ତ କରାଯିବ। ଏବେ ଏସିସିସି ଲିଷ୍ଟରେ ନାମ ସଂଯୋଗ କରାଯାଉଛି। ଅଭିଯୋଗକାରୀଙ୍କୁ ଏଥିରେ ସାମିଲ କରିବାକୁ ଫର୍ମ ପୂରଣ କରାଯାଇଛି। ଖୁବ୍‌ଶୀଘ୍ର ବାସଗୃହ କାର୍ଯ୍ୟାଦେଶ ପ୍ରଦାନ କରାଯିବ। ଏଥିସହ ବର୍ଦ୍ଧିତ ଭତ୍ତା ମଧ୍ୟ ପ୍ରଦାନ କରାଯିବ ବୋଲି ବିଡିଓ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri