Posted inଖେଳ

ବାରବାଟୀ ଦିନିକିଆ: ଅନଲାଇନ୍‌ ଟିକେଟ୍‌ ଶେଷ: କାଉଣ୍ଟରକୁ ଅପେକ୍ଷା

କଟକ ଅଫିସ, ୬ା୧୨-
ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ୍‌ ପାଇଁ କ୍ରିକେଟପ୍ରେମୀଙ୍କ ଉତ୍ସାହ ବହୁ ଉପରେ ରହିଛି, ଯାହାର ଜ୍ୱଳନ୍ତ ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଗୁରୁବାର ଅନଲାଇନରେ ଟିକେଟ ବିକ୍ରିର ପ୍ରଥମ ଦିବସ ଥିବା ବେଳେ ମାତ୍ର କିଛି ଘଣ୍ଟାରେ ଉପଲବ୍ଧ ୮୧୫୦ଟି ଯାକ ଟିକେଟ ବିକ୍ରି ହୋଇଛି। ଆସନ୍ତା ୧୯ ଓ ୨୦ ତାରିଖରେ ଷ୍ଟାଡିୟମର ବିଭିନ୍ନ କାଉଣ୍ଟରରେ ଟିକେଟ ବିକ୍ରି ହେବ। ପ୍ରାୟ ୯ହଜାର ଟିକେଟ କାଉଣ୍ଟରରେ ଉପଲବ୍ଧ ରହିବ ବୋଲି ଜଣାପଡ଼ିଛି।
ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ୫ ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନରେ ଟିକେଟ ବିକ୍ରି କରାଯିବ ବୋଲି ଘୋଷଣା ହୋଇ‘ଥିଲା। ବୁଧବାର ରାତି ୧୨ଟାରୁ କ୍ରିକେଟପ୍ରେମୀମାନେ ଅନଲାଇନ୍‌ର ଦୁଇଟି ୱେବସାଇଟରେ ଟିକେଟ ଉପଲବ୍ଧ ହେବା ନେଇ ଜଗି ବସିଥିଲେ। ହେଲେ ଗୁରୁବାର ସନ୍ଧ୍ୟା ୫.୧୫ରେ ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ ହୋଇଥିଲା। ଆରମ୍ଭ ହେବାର ମାତ୍ର ଦେଢ଼ ଘଣ୍ଟା ଭିତରେ ସମସ୍ତ ଟିକେଟ ବିକ୍ରି ହୋଇଯାଇଛି ବୋଲି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ପ୍ରକାଶ କରାଯାଇଛି। ପୂର୍ବରୁ ୯୨୦୦ ଟିକେଟ ଅନଲାଇନରେ ବିକ୍ରି ହେଉଥିବା ବେଳେ ଚଳିତବର୍ଷ ୮୧୫୦ଟି ଟିକେଟ ବିକ୍ରି କରାଯିବାକୁ ଧାର୍ଯ୍ୟ କରାଯାଇଥିଲା। ଅନଲାଇନ ଜରିଆରେ ଗ୍ୟାଲେରି ନଂ-୨ଓ ୪ରେ ୩୦୦୦ ଲେଖାଏ ଟିକେଟ ଉପଲବ୍ଧ ଥିବା ବେଳେ ଗ୍ୟାଲେରି ନଂ-୬ର ୧୫୦୦, ନ୍ୟୁ ପ୍ୟାଭିଲିୟନର ୫୦, ସ୍ପେଶାଲ ଏନକ୍ଲୋଜରର ୫୦୦, ଏସି ବକ୍ସ ଗ୍ୟାଲେରିର ୧୦୦ ଟିକେଟ୍‌ ଉପଲବ୍ଧ ଥିଲା। ଅନଲାଇନ ଜରିଆରେ ଟିକେଟ କିଣିଥିବା କ୍ରିକେଟପ୍ରେମୀ ଆସନ୍ତା ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ କେମ୍ବ୍ରିଜ ସ୍କୁଲରୁ ପ୍ରକୃତ ଟିକେଟ ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri