Posted inଖେଳ

ବାରବାଟୀ ଦିନିକିଆ: ଆଉ ୧୮ଦିନ; ଅନଲାଇନ୍‌ରେ ବିକ୍ରି ହେବ ୮୧୫୦ ଟିକେଟ୍‌

କଟକ ଅଫିସ,୪ା୧୨- ଭାରତ-ଓ୍ବେଷ୍ଟଇଣ୍ଡିଜ ଅନ୍ତର୍ଜାତୀୟ ଏକଦିବସୀୟ କ୍ରିକେଟ ମ୍ୟାଚ୍‌ ପାଇଁ ଆସନ୍ତା ୫ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନଲାଇନ୍‌ରେ ଟିକେଟ ବିକ୍ରି ହେବ। ଟିକେଟ www.paytm.com ଏବଂ www.insider.inରେ ଉପଲବ୍ଧ ହେବ। ପୂର୍ବରୁ ୯୨୦୦ ଟିକେଟ ଅନଲାଇନରେ ବିକ୍ରି ହେଉଥିବା ବେଳେ ଚଳିତବର୍ଷ ୮୧୫୦ଟି ଟିକେଟ ଅନଲାଇନରେ ବିକ୍ରି କରାଯିବାକୁ ଧାର୍ଯ୍ୟ କରାଯାଇଛି। ତେବେ ଦର୍ଶକମାନଙ୍କୁ ପ୍ରତ୍ୟେକ ଟିକେଟର ମୂଳ ରାଶି ସହ ୧୮ପ୍ରତିଶତ ଜିଏସ୍‌ଟି ଟ୍ୟାକ୍ସ ଦେବାକୁ ପଡ଼ିବ। ଅନଲାଇନ ଜରିଆରେ ଗ୍ୟାଲେରୀ ନଂ-୨ଓ ୪ରେ ୩୦୦୦ ଲେଖାଏ ଟିକେଟ ଉପଲବ୍ଧ ଅଛି। ଏହି ଟିକେଟର ମୂଲ୍ୟ ୫୦୦ଟଙ୍କା ରହିଛି। ଗ୍ୟାଲେରୀ ନଂ-୬ର ୧୫୦୦ଟିକେଟ ଅନଲାଇନରେ ବିକ୍ରି ହେବ। ଏହି ଟିକେଟର ମୂଲ୍ୟ ୪୦୦ଟଙ୍କା। ଉକ୍ତ ଟିକେଟ କିଣିବାକୁ ହେଲେ ଜିଏସ୍‌ଟି ଟ୍ୟାକ୍ସ ଦେବାକୁ ପଡ଼ିବ ନାହିଁ। ଅନଲାଇନରେ ନ୍ୟୁ ପ୍ୟାଭିଲିୟନର ୫୦ଟି ଟିକେଟ ବିକ୍ରି ହେବ ଓ ପ୍ରତ୍ୟେକ ଟିକେଟର ମୂଲ୍ୟ ୫ ହଜାର ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ସ୍ପେସାଲ ଏନକ୍ଲୋଜର ଟିକେଟର ମୂଲ୍ୟ ୩ହଜାର ଥିବା ବେଳେ ଅନଲାଇନରେ ବିକ୍ରି ହେବ ୫୦୦ଟି ଟିକେଟ ଓ ୫ହଜାର ଦର ବିଶିଷ୍ଟ ଏସି ବକ୍ସ ଗ୍ୟାଲେରୀ ଟିକେଟ ଅନଲାଇନରେ ୧୦୦ଖଣ୍ଡ ଉପଲବ୍ଧ ରହିବ। ଆସନ୍ତା ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ କେମ୍ବ୍ରିଜ ସ୍କୁଲରୁ ଅନଲାଇନ୍‌ ଟିକେଟ୍‌ କ୍ରେତାମାନେ ଅରିଜିନାଲ ଟିକେଟ ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri