ବାରିପଦା ଆର୍‌ପିଏଫ୍‌ ଥାନାରେ ସିବିଆଇ ଟିମ୍‌: ଇନ୍ସପେକ୍ଟର ଓ କନେଷ୍ଟବଳ ଅଟକ

ବାରିପଦା ଅଫିସ,୨୮ା୮: ମୟୂରଭଞ୍ଜ ଜିଲା ବାରିପଦା ଆରପିଏଫ ଥାନାରେ ସିବିଆଇ ପକ୍ଷରୁ ବୁଧବାର ସନ୍ଧ୍ୟାରେ ଚଢ଼ାଉ କରାଯାଇଛି । ୨ ଜଣ ଡ଼ିଏସପି ଓ ୭ ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ ୧୧ ଜଣ କର୍ମଚାରୀ ଏହି ଚଢ଼ାଉରେ ସାମିଲ ଅଛନ୍ତି। ସିବିଆଇର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ବାରିପଦା ରେଳ ଷ୍ଟେସନ ନିକଟରେ ତଥା ରେଳ ବିଭାଗର ଜାଗାରେ ବିଭିନ୍ନ ଦୋକାନ ସବୁ ବେଆଇନ ଭାବେ ରହିଛି । ଏହି ଦୋକାନୀମାନଙ୍କୁ ଉକ୍ତ ଥାନାର ଅଧିକାରୀ ଓ ଅନ୍ୟ ଦୁଇ ଜଣ କନେଷ୍ଟବଳ ଜୋର ଜବରଦସ୍ତ ଟଙ୍କା ଆଦାୟ କରନ୍ତି । ଦୋକାନୀମାନେ ଟଙ୍କା ଦେବାକୁ ମନା କରିଲେ ସମ୍ପୃକ୍ତ ଦୋକାନକୁ ଭାଙ୍ଗିବାକୁ ଧମକାଇଥାନ୍ତି। ଆଉ ପ୍ରତି ମାସରେ ଦୋକାନୀଙ୍କ ଠାରୁ ଟଙ୍କା ନିଅନ୍ତି । ଏ ନେଇ ଜଣେ ହୋଟେଲ ମାଲିକ ଜୟନ୍ତ କୁମାର ମହାନ୍ତି ମଙ୍ଗଳବାର ଭୁବନେଶ୍ୱର ସିବିଆଇ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ପରେ ଯୋଜନା ମୁତାବକ ବୁଧବାର ଅପରାହ୍ନରେ ଏହି ଥାନାର ଜଣେ କନେଷ୍ଟବଳ ଥାନା ନିକଟରେ ମହାନ୍ତିଙ୍କଠାରୁ ୧୦ ହଜାର ଟଙ୍କା ନେଉଥିବା ବେଳେ ସିବିଆଇ ଅଧିକାରୀମାନେ ତାଙ୍କୁ କାବୁ କରି ନେଇଥିଲେ। ପରେ ଥାନା କାର୍ଯ୍ୟାଳୟରେ ଅଧିକାରୀମାନେ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛନ୍ତି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ଜଣେ ଇନ୍ସପେକ୍ଟର ଓ ଜଣେ କନେଷ୍ଟବଳ ଅଟକ ଅଛନ୍ତି ଏବଂ ଅନ୍ୟ ଜଣେ କନେଷ୍ଟବଳଙ୍କୁ ସିବିଆଇ ଟିମ ଖୋଜୁଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri