ବାରିପଦା ବିଦ୍ୟୁତ୍‌ ଡିଭିଜନ ଜାଲ୍‌ ଚେକ୍‌ରେ ଟାର୍ଗେଟ ପୂରଣ ଘଟଣା: ରେଭିନ୍ୟୁ କ୍ୟାଶିୟରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ବାରିପଦା ଅଫିସ,୩୦।୮- ବିଦ୍ୟୁତ ବିଲ୍‌ ଆଦାୟ ଟାର୍ଗେଟ ପୂରଣ ପାଇଁ ବାରିପଦା ବିଦ୍ୟୁତ୍‌ ଡିଭିଜନର କେତେକ ଅଧିକାରୀ ବିଭାଗକୁ ଜାଲ୍‌ ଚେକ୍‌ ଦେଇ ପ୍ରଶଂସା ସାଉଁଟୁ ଥିଲେ। ଏଥିଯୋଗୁ କେବଳ କାଗଜପତ୍ରରେ ବିଭାଗର ଟାର୍ଗେଟ ପୂରଣ ହେଉଥିବା ବେଳେ ବିତ୍ତୀୟ ବ୍ୟବସ୍ଥାରେ ବକେୟା ଗଡୁଥିଲା। ବିଭାଗ ଏହି କାରସାଦି ଜାଣିଥିଲେ ମଧ୍ୟ କିଛି ବରିଷ୍ଠ ଅଧିକାରୀଙ୍କ ଚାପ ଯୋଗୁଁ ତଦନ୍ତ ବାଟବଣା ହୋଇ ଠପ ହୋଇଯାଇଥିଲା। ଏନେଇ କେବଳ ‘ଧରିତ୍ରୀ’ରେ ଗତ ଜୁଲାଇ ୧୮ ଓ ୨୩ ତାରିଖରେ ତଥ୍ୟ ଓ ମତାମତ ଭିତ୍ତିିକ ଅନୁସନ୍ଧାନମୂଳକ ରିପୋର୍ଟ ପ୍ରକାଶ ପାଇଥିଲା। ଏହା ପରେ ବିଭାଗ ପକ୍ଷରୁ ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଇଥିଲା। ବିଭାଗର ଚିଫ୍‌ ଭିଜିଲାନ୍ସ ଅଫିସର ଓ ଏଜିଏମ (ଏଫ) ଏହାର ତଦନ୍ତ କରୁଥିଲେ। ଏହି ଘଟଣାରେ ସମ୍ପୃକ୍ତି ଥିବା ପ୍ରମାଣ ମିଳିବା ପରେ ନେସ୍କୋ ୟୁଟିଲିଟିର ଏଚଆର ମୁଖ୍ୟ ଗତ ୭ ତାରିଖରେ ବାରିପଦା ଡିଭିଜନର ତତ୍କାଳୀନ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ରାୟ, କୁଳିଅଣା ସେକ୍ସନରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୂର୍ଯ୍ୟକାନ୍ତ ସାହୁ ଏବଂ ବାରିପଦା ଡିଭିଜନ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ଫାଇନାନ୍ସ ମ୍ୟାନେଜର ଅର୍ଣ୍ଣବ ରଞ୍ଜନ ଜେନାଙ୍କୁ ନିଲମ୍ବନ କରିଥିଲେ। ୩ ଅଧିକାରୀଙ୍କୁ ନିଲମ୍ବିତ କରାଯିବା ପରେ ମଧ୍ୟ ତଦନ୍ତ ଜାରି ରହିଛି। ତେବେ ଏହି ଘଟଣାରେ କାର୍ଯ୍ୟରେ ଅବହେଳା କରିଥିବା ଦର୍ଶାଇ ବାରିପଦା ଇଲେକ୍ଟ୍ରି ଡିଭିଜନର ରେଭିନ୍ୟୁ କ୍ୟାଶିୟର ମାଖନ ସିଂଙ୍କୁ ବାଲେଶ୍ୱର ନେସ୍କୋ ୟୁଟିଲିଟିର ଏଚଆର ମୁଖ୍ୟ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଏ ନେଇ ବାରିପଦା ବିଦ୍ୟୁତ୍‌ ବିଭାଗର ନିର୍ବାହୀ ଯନ୍ତ୍ରୀ ରଞ୍ଜନ କୁମାର ଦଣ୍ଡପାଟ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷେ ଏହି ଘଟଣାରେ ବାରିପଦାରେ କାର୍ଯ୍ୟ କରୁଥିବା ଜଣେ କନିଷ୍ଠ ଯନ୍ତ୍ରୀ ସମ୍ପୃକ୍ତ ଥିବା ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ମିଳିଛି। ଯାହା ଏବେ ଜିଲା ବିଦ୍ୟୁତ୍‌ ବିଭାଗରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି କନିଷ୍ଠ ଯନ୍ତ୍ରୀ ତତ୍କାଳୀନ ନିର୍ବାହୀ ଯନ୍ତ୍ରୀଙ୍କ ସମସ୍ତ କାର୍ଯ୍ୟ ବୁଝାସୁଝା କରୁଥିଲେ। ବିଭାଗ ପକ୍ଷରୁ ତାଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉନାହିଁ। ଏ ଦିଗରେ ଗୁରୁତ୍ୱ ଦେଇ ତଦନ୍ତକୁ ନିରପେକ୍ଷ କରିବାକୁ ଭଞ୍ଜସେନା ସଭାପତି ବିଭାଗ ନିକଟରେ ଦାବି କରିଛନ୍ତି। ସମ୍ପୃକ୍ତ କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ଦାବି କରିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ନେସ୍କୋ ଦ୍ୱାରା ପ୍ରତି ମାସ ତଥା ବାର୍ଷିକ ବିଦ୍ୟୁତ୍‌ ବିଲ ଆଦାୟ ପାଇଁ ଟାର୍ଗେଟ ଦିଆଯାଇଥାଏ। ଏହି ଟାର୍ଗେଟ ପୂରଣ କଲେ ବିଭାଗୀୟ ଅଧିକାରୀମାନଙ୍କୁ ବିଭାଗ ପକ୍ଷରୁ ସମ୍ମାନିତ କରାଯାଇଥାଏ। ଏହି ଅନୁସାରେ ବାରିପଦା ବିଦ୍ୟୁତ ଡିଭିଜନରେ ନିର୍ବାହୀ ଯନ୍ତ୍ରୀ କାର୍ଯ୍ୟ କରୁଥିବା ସିଦ୍ଧାର୍ଥ ଶଙ୍କର ରାୟ ପ୍ରତି ଥର ବିଦ୍ୟୁତ୍‌ ବିଲ ଆଦାୟ ଟାର୍ଗେଟ ପୂରଣ କରିଥିଲେ। ସେତେବେଳେ ବାରିପଦା ଟାଉନ ସବ ଡିଭିଜନର ଭଞ୍ଜପୁର ସେକ୍ସନରେ କାର୍ଯ୍ୟ କରୁଥିବା କନିଷ୍ଠ ଯନ୍ତ୍ରୀ ସୂର୍ଯ୍ୟକାନ୍ତ ସାହୁ ଓ ଅନ୍ୟ ଜଣେ କନିଷ୍ଠ ଯନ୍ତ୍ରୀ ଏହି କାର୍ଯ୍ୟରେ ତାଙ୍କୁ ସହଯୋଗ କରୁଥିଲେ। ବିଶେଷ କରି ୨୦୧୭ ଜୁନରୁ ୨୦୧୯ ମାର୍ଚ୍ଚ ମଧ୍ୟରେ ଏଭଳି ଜାଲ୍‌ ଚେକ୍‌ ଦେଇଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri