ବାରିପଦା ରଥଯାତ୍ରା ସମୟରେ ଯାନବାହନ ଚଳାଚଳରେ କଟକଣା

ବାରିପଦା ଅଫିସ,୨।୭- ପବିତ୍ର ରଥଯାତ୍ରା ସମୟରେ ବାରିପଦା ସହରରେ ପ୍ରବଳ ଜନସମାଗମ ପରିଲକ୍ଷିତ ହେଉଥିବାରୁ ସହର ମଧ୍ୟରେ ଯାନବାହନ ଚଳାଚଳ ଉପରେ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ଆସନ୍ତା ୪ ତାରିଖ ସକାଳ ୬ଟାରୁ ୧୪ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଜିଲା ଆରକ୍ଷୀ ଅଧୀକ୍ଷକ ଅବିନାଶ କୁମାରଙ୍କ ସୂଚନା ମୁତାବକ ବାଲେଶ୍ୱର ଓ ଉଦଳା ଅଭିମୁଖେ ଯାତାୟାତ କରୁଥିବା ଯାତ୍ରୀବାହୀ ବସ, ଟ୍ରକ ଓ ଅନ୍ୟାନ୍ୟ ଯାନବାହନ ସତ୍ୟସାଇ ଛକ ଦେଇ ଦାରୋଗାଡାହି ଗୋଲେଇ ଓ ପାଲବଣି ଗୋଲେଇ ଦେଇ ଯାତାୟାତ କରିବେ। ହରିବଳଦେବ ଜୀଉ (ଜଗନ୍ନାଥ ମନ୍ଦିର) ଠାରୁ ଅମ୍ବିକା ମନ୍ଦିର ଛକ ପର୍ଯ୍ୟନ୍ତ ବଡଦାଣ୍ଡରେ କୌଣସି ଯାନବାହନ ଚଳାଚଳ କରିବ ନାହିଁ। ନିର୍ଦ୍ଧାରିତ ସ୍ଥାନ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ଗାଡ଼ି ରଖାଯାଇ ପାରିବ ନାହିଁ। ସେହିପରି ୪, ୫ ଓ ୬ ଏବଂ ୧୨,୧୩ ଓ ୧୪ ତାରିଖରେ ପହଣ୍ଡି ଓ ରଥଟଣା ହେବାର ଦୁଇଘଣ୍ଟା ପୂର୍ବରୁ କୌଣସି ସାଇକେଲ, ରିକ୍ସା, ଅଟୋରିକ୍ସା , ଟ୍ରଲିରିକ୍ସା ବଡଦାଣ୍ଡକୁ ଆସି ପାରିବ ନାହିଁ ବୋଲି କଟକଣା ଜାରି କରାଯାଇଛି। ତେବେ ଏହି କଟକଣା କର୍ତ୍ତବ୍ୟରତ ମାଜିଷ୍ଟ୍ରେଟ, ପୋଲିସ, ଦମକଳ, ଆମ୍ବୁଲାନ୍ସ ଓ ଦେବୋତ୍ତର ବିଭାଗର ଗାଡ଼ିି ପ୍ରତି ଲାଗୁ ହେବ ନାହିଁ। ଏଥିରେ ସହରର ଜନସାଧାରଣ, ବସ, ଟ୍ରକ, ଟ୍ୟାକ୍ସି ଓ ଅଟୋ ରିକ୍ସା ମାଲିକ ସଂଘର କର୍ମକର୍ତ୍ତା ସହଯୋଗ କରିବା ପାଇଁ ଜିଲା ଆରକ୍ଷୀ ଅଧୀକ୍ଷକ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri