ବାରିପଦା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ

ବାରିପଦା ଅଫିସ,୧୨ା୯- ରାଜ୍ୟର ସର୍ବପୁରାତନ ସହର ଭାବେ ପରିଚିତ ବାରିପଦା ସହରରେ ଟ୍ରାଫିକ ଅବ୍ୟବସ୍ଥା ଲାଗିରହିଛି। ଏଠାରେ ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ତଥା ଅଟୋମେଟିକ ଲାଇଟ ପୋଷ୍ଟ, ଆବଶ୍ୟକ କର୍ମଚାରୀ ତଥା ଭିତ୍ତିଭୂମି ଅଭାବ ରହିଛି। ଜିଲା ପୋଲିସ ଏଥିପ୍ରତି ଆଦୌ ଗୁରୁତ୍ୱ ଦେଉ ନ ଥିବାରୁ ସହରବାସୀ ବିଭିନ୍ନ ସମୟରେ ଗୁରୁତର ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସହରରେ ୧୪ଟି ଟ୍ରାଫିକ ପୋଷ୍ଟ ରହିଛି। ଏହି ପୋଷ୍ଟଗୁଡିକ ପାଇଁ ୨୧ କନେଷ୍ଟବଲ, ୨ ହାବିଲଦାର ଓ ଜଣେ ଏସଆଇ ଦାୟିତ୍ୱରେ ରହିବା କଥା। କିନ୍ତୁ ବର୍ତ୍ତମାନ ୧୨ କନଷ୍ଟେବଳ, ୨ ହାବିଲଦାର ଓ ଜଣେ ଏଏସଆଇ ରହିଛନ୍ତିି। ଆବଶ୍ୟକ କର୍ମଚାରୀ ନ ଥିବାରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ପୋଷ୍ଟଗୁଡିକରେ ହୋମଗାର୍ଡଙ୍କୁ ନିୟୋଜିତ କରାଯାଉଛି। ଏହି ହୋମଗାର୍ଡଙ୍କ ଭରସାରେ ସହରରେ ଟ୍ରାଫିକ ବ୍ୟବସ୍ଥା ପରିଚାଳିତ ହେଉଛି। ସେହିପରି ସହରର ଗୋଟିଏ କିମ୍ବା ଦୁଇଟି ଟ୍ରାଫିକ ପୋଷ୍ଟକୁ ଛାଡି ଦେଲେ ଅନ୍ୟଗୁଡିକରେ ପୋଲିସ କର୍ମଚାରୀମାନେ ଖରା ବର୍ଷାରେ ଠିଆ ହୋଇ କାର୍ଯ୍ୟ ସମ୍ପାଦକ କରୁଥିବା ଦେଖିବାକୁ ମିଳେ। ସହରରେ ବହୁ ଗୋଲେଇ ଛକ ଥିବା ବେଳେ ଏଠାରେ ଲୋକେ ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବାରୁ ବିଭିନ୍ନ ସମୟରେ ଛୋଟ ବଡ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ସେହିପରି ୧ ଲକ୍ଷରୁ ଊର୍ଦ୍ଧ୍ୱ ଜନସଂଖ୍ୟା ଥିବା ବାରିପଦା ସହରରେ ଟ୍ରାଫିକ ଥାନାର ଆବଶ୍ୟକତା ଥିବାବେଳେ କେବଳ ଗୋଟିଏ ଟ୍ରାଫିକ ଆଉଟ ପୋଷ୍ଟ ରହିଛି। ଜିଲା ପୋଲିସ ପକ୍ଷରୁ ବାରିପଦାରେ ଏକ ଟ୍ରାଫିକ ଥାନା ପ୍ରତିଷ୍ଠା ପାଇଁ ପ୍ରସ୍ତାବ ପଠାଯାଇଥିଲେ ମଧ୍ୟ ରାଜ୍ୟ ସରକାର ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ସେହିପରି ସହରରେ ମେଡିକାଲ କଲେଜ ସହିତ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ଥିବାରୁ ପ୍ରତିଦିନ ଜିଲା ତଥା ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ ଓ ଝାଡଖଣ୍ଡରୁ ବହୁ ଲୋକ ନିୟମିତ ଭାବେ ଏଠାକୁ ଆସିଥାନ୍ତିି। ମାତ୍ର ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ଯୋଗୁ ସହରକୁ ନୂଆ ଆସୁଥିବା ଲୋକେ ଖରାପ ଅନୁଭୂତି ନେଇ ଫେରିଥାନ୍ତିି। ଅନ୍ୟପକ୍ଷେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମାଙ୍କ ଘର ଏହି ସହରରେ। ତେଣୁ ଏଠାକାର ଟ୍ରାଫିକ ବ୍ୟବସ୍ଥା ସୁଧାରିବା ଦିଗରେ ସେ ସ୍ବତନ୍ତ୍ର ପଦକ୍ଷେପ ନେବାକୁ ଜିଲାବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବାରିପଦା ସଦର ଏସଡିପିଓ କୃଷ୍ଣଚନ୍ଦ୍ର ପଟ୍ଟନାୟକଙ୍କୁ ପଚାରିବାରୁ ଟ୍ରାଫିକ ପୋଷ୍ଟଗୁଡିକ ପାଇଁ ଅଧିକ କର୍ମଚାରୀ ନିଯୁକ୍ତି ସକାଶେ ବିଭାଗକୁ ଅବଗତ କରାଯାଇଛି। ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ବିଭାଗ ଗୁରୁତ୍ୱ ଦେଉଛି ବୋଲି ମଧ୍ୟ ସେ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri