ବାରିପଦାର ସୁବ୍ରତଙ୍କୁ ଜାତୀୟ ଯୁବ ପ୍ରତିଭା ସମ୍ମାନ

ବାରିପଦା ଅଫିସ,୧୩ା୮- ମୟୁରଭଞ୍ଜ ଜିଲା ବାରିପଦାସ୍ଥିତ ତକତପୁର ଅଞ୍ଚଳର ସୁବ୍ରତ କୁମାର ଦାସ ୨୦୧୬-୧୭ ବର୍ଷର ଜାତୀୟ ‘ଯୁବ ପ୍ରତିଭା ସମ୍ମାନ’ ଲାଭ କରିଛନ୍ତି। ସୋମବାର ଆନ୍ତର୍ଜାତିକ ଯୁବ ଦିବସ ପାଳନ ଅବସରରେ ନୂଆଦିଲ୍ଲୀଠାରେ ଆୟୋଜିତ ଯୁବ ପ୍ରତିଭା ସମ୍ବର୍ଦ୍ଧନା ସଭାରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି। ମୟୂରଭଞ୍ଜ ଜିଲାରେ ପ୍ରଥମ ଯୁବକ ଭାବେ ସେ ଏହି ସମ୍ମାନ ଲାଭ କରି ଓଡ଼ିଶାର ଟେକ ବଢାଇଥିବାରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରାଯାଇଛି।
ସୁବ୍ରତ ପିଲାଦିନରୁ ସମାଜସେବା କ୍ଷେତ୍ରରେ କାମ କରିବାକୁ ଆଗ୍ରହ ରଖିଥିଲେ। କଲେଜରେ ପାଠ ପଢିବା ସମୟରେ ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ସହିତ ଜଡିତ ହୋଇଥିଲେ। ସେ ଜାତୀୟ ସେବା ଯୋଜନାରେ କାର୍ଯ୍ୟକରି ପୂର୍ବରୁ ୨ ଥର ରାଜ୍ୟସ୍ତରରେ ପୁରସ୍କୃତ ହୋଇଥିଲେ। ଏଥିସହ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ଥର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ପୁରସ୍କୃତ ହୋଇ ମୟୂରଭଞ୍ଜ ଜିଲା ପାଇଁ ଗୌରବ ଆଣିଥିଲେ। ଦୃଢ ଇଚ୍ଛା ଓ ବିଶ୍ବାସ ରଖି ସର୍ବଭାରତୀୟସ୍ତରରେ ୨୦ ଜଣ ଯୁବକ ଓ ୩ଟି ଅନୁଷ୍ଠାନ ମଧ୍ୟରୁ ଓଡ଼ିଶାରୁ ଏକ ମାତ୍ର ଯୁବକ ଭାବେ ସେ ଏହି ସମ୍ମାନ ପାଇଛନ୍ତି। ନୂଆଦିଲ୍ଲୀଠାରେ ଆୟୋଜିତ ଭବ୍ୟ ସମ୍ବର୍ଦ୍ଧନା ସଭାରେ କ୍ରୀଡା ଓ ଯୁବ ସେବା ବିଭାଗ ମନ୍ତ୍ରୀ କିରେନ ରିଜିଜୁ, ଜାତୀୟ ଯୁବ ସମ୍ପାଦିକା ଉପମା ଚୌଧୁରୀ, ଜାତୀୟ ଯୁବ ଯୁଗ୍ମ ସମ୍ପାଦକ ଅସିତ ସିଂ ଏବଂ ବିତ୍ତୀୟ ବିଭାଗ ସମ୍ପାଦକ କିରଣ ସୋନି ଗୁପ୍ତା ପ୍ରମୁଖ ଉପସ୍ଥିତ ରହି ସୁବ୍ରତଙ୍କ ସମେତ ୨୩ ଜଣଙ୍କୁ ରାଷ୍ଟ୍ରୀୟ ଯୁବ ପ୍ରତିଭା ଭାବେ ସମ୍ମାନିତ କରିଥିଲେ। ପରେ ସୁବ୍ରତ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଏହି ସମ୍ମାନ ଆଗକୁ ଜନସେବା କରିବା ଲାଗି ତାଙ୍କୁ ଉତ୍ସାହିତ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri