ବାରିପଦାରେ କମନ ରିଭ୍ୟୁ ମିଶନ ପ୍ରତିନିଧି ଦଳ

ବାରିପଦା ଅଫିସ,୧୯ା୧୦- କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗଠିତ କମନ ରିଭ୍ୟୁ ମିଶନ(ସିଆରଏମ)ର ପ୍ରତିନଧି ଦଳ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଡା.ବିକେ ସ୍ବାଇଁ ଏହି ପ୍ରତିନିଧି ଦଳର ନେତୃତ୍ୱ ନେଉଥିବା ବେଳେ ଟିମରେ ଡା.ଆର.ଆର ଶତପଥୀ, ମାନସ ଖରା, ସନ୍ତୋଷ ନାୟକ, ଦିଲ୍ଲୀପ ଦାଶ, ସ୍ବରୂପ ଦାସ, ଶିିବ ସୁତାର ଓ ମୃତ୍ୟୁଞ୍ଜୟ ରଥ ପ୍ରମୁଖ ରହିଛନ୍ତି। ଶୁକ୍ରବାର ଏହି ଟିମ ଦୁଇ ଭାଗରେ ବିଭକ୍ତ ହୋଇଛି। ଗୋଟିଏ ଟିମ ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପରିଦର୍ଶନ କରିଛି। ପରିଦର୍ଶନ ବେଳେ ରୋଗୀ, ରୋଗୀଙ୍କ ସମ୍ପର୍କୀୟ ଓ କର୍ମଚାରୀମାନଙ୍କ ସହିତ ବିଭିନ୍ନ ସୁବିଧା ଓ ଅସୁବିଧା ସମ୍ପର୍କରେ ଏହି ଟିମ ଆଲୋଚନା କରିଛି। ଭିତ୍ତିଭୂମି ସହିତ ସ୍ବାସ୍ଥ୍ୟସେବାର ସ୍ଥିତି ଅନୁଧ୍ୟାନ କରିଛି। ପରେ ରଙ୍ଗମାଟିଆ ସିଏଚସି ଓ କରଞ୍ଜିଆ ଗ୍ରାମକୁ ଯାଇ ସ୍ଥାନୀୟ ଲୋକଙ୍କ ସହିତ ସେମାନେ ପାଉଥିବା ବିଭିନ୍ନ ସ୍ବାସ୍ଥ୍ୟସେବା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ। ଏହି ଟିମ ସହିତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ପ୍ରଦୀପ ମହାପାତ୍ର ସାମିଲ ହୋଇଥିଲେ। ସେହିପରି ଅନ୍ୟ ଏକ ଟିମ ବିଜାତଳା ଗସ୍ତ କରିଥିଲା। ଗସ୍ତ ସମୟରେ ଟିମର ସଦସ୍ୟମାନେ ମାତୃ ଓ ଶିଶୁ ସ୍ବାସ୍ଥ୍ୟ, ପରିବାର କଲ୍ୟାଣ କାର୍ଯ୍ୟକ୍ରମ, ସଂକ୍ରାମକ ଓ ଅଣ ସଂକ୍ରାମକ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ, ମାନବସମ୍ବଳ ବ୍ୟବସ୍ଥା ସହ ସ୍ବାସ୍ଥ୍ୟ ସେବା ବ୍ୟବସ୍ଥାର ସୁଦୃଢ଼ୀକରଣ ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଏହା ବ୍ୟତୀତ ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟକାରୀ କରାଯାଇଥିବା ବିଭିନ୍ନ ସଫଳ କାର୍ଯ୍ୟକ୍ରମଗୁଡିକୁ କିପରି ଅନ୍ୟ ରାଜ୍ୟରେ ଉପଯୋଗ କରାଯିବ ସେ ନେଇ ଆଲୋଚନା କରିଛନ୍ତି। ଏହି ଟିମ ୧୮, ୧୯ ଓ ୨୦ ତାରିଖ ଜିଲା ଗସ୍ତ କରିବା ପରେ ୨୧ ତାରିଖରେ ଜିଲାପାଳ ଓ ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନଙ୍କ ସହିତ ଆଲୋଚନା କରିବ। ୨୨ରେ ଭୁବନେଶ୍ୱର ଫେରି ୨୩ ତାରିଖରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଉଲ୍ଲେଖଯୋଗ୍ୟ ଯେ, ସିଆରଏମ ପ୍ରତିନିଧି ଦଳର ଗସ୍ତ ନ ସରିବା ପର୍ଯ୍ୟନ୍ତ ଜିଲାର ସମସ୍ତ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଚିଠି ନଂ.୪୩୪୪ (୨/୧୦/୨୦୧୯) ରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri