ବାରିପଦାରେ ମଦମୃତ୍ୟୁ : ରାସ୍ତାକଡ଼ରୁ ୨ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୫ା୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଓ ସଦର ଥାନା ଅଞ୍ଚଳରେ ମଦ୍ୟପାନ ଯୋଗୁଁ ଗୋଟିଏ ଦିନରେ ୨ ଜଣଙ୍କର ମୃତ୍ୟୁ ଘଟଛି। ବାରିପଦା ସହର କେସି ସର୍କିଲ ନିକଟରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ବାରିପଦା ସଦର ଥାନା ଅଧୀନ ଦମଦାରପୁର ଛକ ନିକଟସ୍ଥ ରାସ୍ତା କଡରୁ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ସେମାନେ ପ୍ରଚୁର ମଦ୍ୟପାନ କରି ରାସ୍ତା କଡ଼ରେ ପଡ଼ି ରହିଥିଲେ । ସହରରେ ଚୋରା ଓ ବିଷାକ୍ତ ମଦ କାରବାର ବୃଦ୍ଧି ପାଉଥିବା ବେଳେ ଏହି ଦୁଇ ଅପମୃତ୍ୟୁ ଘଟଣା ନେଇ ଅଞ୍ଚଳବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଏହାକୁ ମଦମୃତ୍ୟୁ ବୋଲି କହୁଥିବା ବେଳେ ପୋଲିସ ଥାନାରେ ୨ ଟି ଅପମୃତ୍ୟୁ ମାମଲା ରୁଜୁ କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri