ବାରିମୂଳରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଡେରାବିଶ, ୨୫ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ବାରିମୂଳ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ମଙ୍ଗଳବାର ସକାଳେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ବାରିମୂଳ ଆଦିବାସୀ ସାହିର ପାର୍ବତୀ ହେମ୍ବ୍ରମ୍‌(୪୨)।
ପରିବାରଙ୍କ ସୂଚନା ଅନୁଯାୟୀ, ସୋମବାର ପାର୍ବତୀ କାମ କରିବାକୁ ଯାଇଥିଲେ। ମାତ୍ର ଦିନ ୧୧ଟାରେ କାମ କରୁଥିବା ସ୍ଥାନରୁ କେଉଁଆଡ଼େ ପଳାଇଥିଲେ। ପରିବାର ପକ୍ଷରୁ ବହୁ ଖୋଜାଖୋଜି କରାଯାଇଥିଲେ ମଧ୍ୟ ପାର୍ବତୀଙ୍କୁ ପାଇ ନ ଥିଲେ। ତେବେ ମଙ୍ଗଳବାର ସକାଳୁ କେନ୍ଦ୍ରାପଡ଼ା-ଇନ୍ଦୁପୁର ରାସ୍ତା କଡ଼ରେ ଥିବା ଏକ ଗଛମୂଳେ ତାଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବା ପରେ ପୋଲିସ୍‌କୁ ଖବର ଦେଇଥିଲେ। ମୃତର କାରଣ ଜଣାପଡ଼ିନାହିଁ। ଖବର ପାଇ ସଦର ଥାନା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ପାର୍ବତୀଙ୍କ ପେଟରେ କିଛି ଦାଗ ରହିଥିବା ଦେଖିବାକୁ ମିଳିଛି।
ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର ଓ ଅତିରିକ୍ତ ତହସିଲଦାର କାହ୍ନୁ ଚରଣ ଲେଙ୍କା, ୧୩ ନଂ. ଜୋନ୍‌ ଜିଲା ପରିଷଦ ସଭ୍ୟା ଜବା ମୁର୍ମୁ, ସରପଞ୍ଚ ଶୁଦ୍ଧଦେବ ବେହେରା ପ୍ରମୁଖ ଘଟଣାସ୍ଥଳ ଅନୁଧ୍ୟାନ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri