Posted inଖେଳ

ବାର୍ବାଡସ ଟ୍ରାଇଡେଣ୍ଟକୁ ଦ୍ୱିତୀୟ ସିପିଏଲ୍‌ ଟାଇଟଲ

ତ୍ରିନିଦାଦ୍‌,୧୪।୧୦- ଚଳିତ କାରିବିୟନ ପ୍ରିମିୟର ଲିଗ୍‌ରେ ଜାସନ ହୋଲ୍ଡରଙ୍କ ନେତୃତ୍ୱାଧୀନ ବାର୍ବାଡସ ଟ୍ରାଇଡେଣ୍ଟ ଚାମ୍ପିୟନ ହୋଇଛି। ଏହା ଦଳର ଦ୍ୱିତୀୟ ସିପିଏଲ ଟାଇଟଲ। ଏଠାରେ ଶନିବାର ରାତିରେ ଖେଳାଯାଇଥିବା ଫାଇନାଲରେ ବାର୍ବାଡସ ଟ୍ରାଇଡେଣ୍ଟ ଦଳ ୨୭ ରନ୍‌ରେ ଗୁୟାନା ଆମାଜନ ଓ୍ବାରିଅର୍ସକୁ ହରାଇ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଟ୍ରାଇଡେଣ୍ଟ ଦଳ ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୭୧ ରନ୍‌ କରିଥିଲା। ଦଳ ପାଇଁ ଜୋନାଥନ କାର୍ଟର ଅପରାଜିତ ୫୦, ଜନସନ ଚାର୍ଲସ ୩୯ ଓ ଆଲେକ୍ସ ହେଲ୍ସ ୨୮ ରନ୍‌ କରିଥିଲେ। ବୋଲିଂରେ ଆମାଜନ ଓ୍ବାରିୟର୍ସ ପକ୍ଷରୁ ଇମ୍ରାନ ତାହିର, ବେନ ଲାଫଲିନ ଓ କିମୋ ପଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇବା ଯୋଗୁ ଆମାଜନ ଓ୍ବାରିଅର୍ସ ବିଜୟଠାରୁ ବହୁ ଦୂରରେ ରହିଯାଇଥିଲା। ଦଳ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୯ ଉଇକେଟ କ୍ଷତିରେ ୧୪୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ବ୍ରାଣ୍ଡନ କିଙ୍ଗ୍‌ ୪୩, କିମୋ ପଲ ୨୫ ଓ ନିକୋଲାସ ପୁରାନ ୨୪ ରନ୍‌ କରିଥିଲେ। ବିଜୟୀ ଦଳ ପାଇଁ ରେମନ ରେଫର ୪ ଓ ଆଶ୍ଲେ ନର୍ସ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

IPLରୁ ବାଦ୍‌ ପଡ଼ିବା ପରେ ଚମକିଲା ମୁସ୍ତାଫିଜୁର ରହମାନଙ୍କ ଭାଗ୍ୟ

ନୂଆଦିଲ୍ଲୀ, ୫।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶରେ ବାଂଲାଦେଶର ଷ୍ଟାର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ କୋଲକାତା ନାଇଟ ରାଇଡର୍ସ ଦଳରୁ ମୁକ୍ତ କରାଯାଇଥିଲା। IPL…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri