ବାର୍ଷିକ ଉତ୍ସବରେ ଛାତ୍ରୀଛାତ୍ରଙ୍କ ପାଲା ପରିବେଷଣ

ସିମୁଳିଆ, ୧୬।୨(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଲୋକକଳାର ଚାହିଦା କମି ଆସୁଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ଏହାକୁ ବଞ୍ଚାଇ ରଖିବାକୁ କରିଥିବା ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି। ମାର୍କୋଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ସାଂସ୍କୃତିକ ଉତ୍ସବ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା। ଏହି ବିଦ୍ୟାଳୟର ପ୍ରଧାନଶିକ୍ଷକ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ(ଏବିଇଓ) ଗଦାଧର ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ପରିଚାଳନା କମିଟି ସଭାପତି ଦେବେନ୍ଦ୍ର ଯେନା, ବିଆର୍‌ଟି ବିଶ୍ୱମ୍ବର ପଣ୍ଡା, କବି ପଦ୍ମଲୋଚନ ଦାଶ, ଏବିଇଓ ଲମ୍ବୋଦର ସିଂ, ଭାରତ ସେବାନିଧି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୂର୍ଯ୍ୟମଣୀ ବୋଇତି, ସିମୁଳିଆ କଲେଜର ଅଧ୍ୟାପକ ଗୋପବନ୍ଧୁ ମିଶ୍ର, ବେଣୁଧର ପାଢ଼ୀ ପ୍ରମୁଖ ଥିଲେ। ସ୍ଥାନୀୟ ସରପଞ୍ଚ ପ୍ରଦୀପ କୁମାର ବେହେରା ଛାତ୍ରୀଛାତ୍ରମାନଙ୍କ ପାଇଁ ସ୍ଥାୟୀ ମଣ୍ଡପ ନିର୍ମାଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୁରାତନ ଛାତ୍ର ସ୍ବପ୍ନାଞ୍ଜୟ ସାହୁ ଓ ଗଙ୍ଗାଦର ଯେନା ମାନପତ୍ର ପାଠ କରିଥିଲେ। ଶିକ୍ଷକ ବ୍ରଜକିଶୋର ବେହେରା ଓ ଅତିଥି ଶିକ୍ଷକ ନିଶାକର ବେହେରା କମେଡି ନାଟକ କରିଥିଲେ। ଶିକ୍ଷା ଓ କ୍ରୀଡ଼ାରେ କୃତୀ ଛାତ୍ରୀଛାତ୍ରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉତ୍ସବ ଆରମ୍ଭରେ ଶହୀଦ ଯବାନମାନଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା ଓ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି ବିଦ୍ୟାଳୟର ୮୨ଜଣ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାମୂହିକ ନୃତ୍ୟ, ପାଲା ‘ବ୍ରହ୍ମଚାରୀର ପୁତ୍ରଦାନ’ ଓ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ(ସିଆରସିସି)ଙ୍କ ନିର୍ଦ୍ଦେଶନାରେ ପୌରାଣିକ ସହିତ ସାମାଜିକର ସମ୍ମିଶ୍ରଣରେ ନାଟକ ‘ସୁଖ ସାତପର ଦୁଃଖ ନିଜର’ ମଞ୍ଚସ୍ଥ ହୋଇଥିଲା। ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ବୋଇତି ମଞ୍ଚ ଆହ୍ବାନ, ଶିକ୍ଷୟିତ୍ରୀ ପୂର୍ଣ୍ଣିମା ପଣ୍ଡା ବାର୍ଷିକ ବିବରଣୀ ପାଠ ଓ ଶିକ୍ଷୟିତ୍ରୀ କଳ୍ପନା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ପୁରାତନ ଛାତ୍ର ସଂସଦ ଓ ପରିଚାଳନା କମିଟି ସହଯୋଗୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri