ବାର୍‌କୋଟରୁ କଲରାପତରିଆ ବାଘଛାଲ ଜବତ ଘଟଣା: ର଼୍ୟାକେଟର ଆଉ ୪ଜଣଙ୍କୁ ଗିରଫ କଲା ଏସ୍‌ଟିଏଫ୍‌

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଦେବଗଡ଼ ଜିଲା ବାର୍‌କୋଟ ଅଞ୍ଚଳରେ କଲରାପତରିଆ ବାଘଛାଲ ଚୋରା ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଅଭିଯୋଗରେ ଆଉ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌)। ସେମାନେ ହେଲେ କେନ୍ଦୁଝର ଜିଲା ନୟାକୋଟ ଅଞ୍ଚଳର କାଳୀୟ ଚରଣ ଦାସ(୫୬), ଭାସ୍କର ଓରଫ ଭାଗୀରଥି ନାୟକ(୪୦) ପଣ୍ଡିତ ଓରଫ ପୀତାମ୍ବର ଖଟେଇ (୪୦) ଏବଂ ସୁନ୍ଦରଗଡ ଜିଲା ବଣେଇ ଥାନା ଅଞ୍ଚଳର ନେତ୍ର ଓରଫ ନେତ୍ରାନନ୍ଦ କିଶାନ(୨୨)। ପୂର୍ବରୁ ଏହି ଘଟଣାରେ ଗତ ୨୦ ତାରିଖରେ ସୁନ୍ଦରଗଡ଼ ଜିଲାର ସଚ୍ଚିକାନ୍ତ ନାୟକ, ଦେବଗଡ଼ ଜିଲାର ଜଗନସନ ବେହେରା ଓ ରମଣୀସେନ ବେହେରାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଅଧିକ ତଥ୍ୟ ପାଇଁ ପରେ ସେମାନଙ୍କୁ ରିମାଣ୍ଡରେ ଆଣି ଜେରା କରିଥିଲା ଏସ୍‌ଟିଏଫ୍‌ ଟିମ୍‌। ସେମାନଙ୍କଠାରୁ ମିଳିଥିବା ତଥ୍ୟ ଭିତ୍ତିରେ ଉକ୍ତ ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ କରି ଗୁରୁବାର ଆଉ ୪ଜଣଙ୍କୁ ଗିରଫ କରିଛି। ଏମାନଙ୍କୁ ଶୁକ୍ରବାର ଦେବଗଡ଼ ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ସମସ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଏସ୍‌ଟିଏଫ୍‌ ସୂଚନା ଅନୁଯାୟୀ, ଭାଗୀରଥି ଓ ପୀତାମ୍ବର କଲରାପତରିଆ ବାଘଛାଲ ଯୋଗାଡ଼ କରି କାଳୀୟ ଚରଣଙ୍କୁ ଦେଇଥିଲେ। ନେତ୍ରାନନ୍ଦ ଏହି କାରବାରରେ ମୁଖ୍ୟ ମଧ୍ୟସ୍ଥ ସାଜିଥିଲେ। କାଳୀୟ ଚରଣଙ୍କଠାରୁ ନେତ୍ରାନନ୍ଦ ବାଘଛାଲ ଆଣି ସଚ୍ଚିକାନ୍ତ, ଜଗନସନ ଓ ରମଣୀସେନଙ୍କ ନିକଟରେ ବିକ୍ରି କରିବା ଲାଗି ପହଞ୍ଚାଇଥିଲେ। ଏ ନେଇ କେସ୍‌ ନଂ. ୮/୧୯ ରୁଜୁ କରାଯିବା ସହ ଉପରୋକ୍ତ ୩ ଅଭିଯୁକ୍ତଙ୍କୁ ଜେରା କରାଯାଇଥିଲା। ଘଟଣାରେ ଏକ ର଼୍ୟାକେଟ ସମ୍ପୃକ୍ତ ଥିବା ତଦନ୍ତରୁ ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri