ବାର୍‌ରେ ଚଢ଼ାଉ, ୧୦ ଯୁବତୀ ଉଦ୍ଧାର: ମାଲିକଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜିନଗରସ୍ଥିତ ରଙ୍ଗିଲା ବାର୍‌ରେ ବୁଧବାର ବିଳମ୍ବିତ ରାତିରେ ପୋଲିସ ଚଢାଉ କରି ୧୦ଜଣ ଯୁବତୀଙ୍କୁ ଉଦ୍ଧାର କରିଛି। କରୋନା ସଂକ୍ରମଣ ରୋକିବା ପାଇଁ ସରକାରଙ୍କ କଟକଣା ସତ୍ତ୍ୱେ ଉକ୍ତ ବାର୍‌ରେ ଡାନ୍ସ ଚାଲିଥିଲା। ଏନେ ଅଭିଯୋଗ ଆସିବା ପରେ ଜୋନ୍‌-୧ ଏସିପି ମାନସ ଗଡନାୟକଙ୍କ ନେତୃତ୍ୱରେ କ୍ୟାପିଟାଲ ଥାନା ପୋଲିସର ଏକ ଟିମ୍‌ ସେଠାରେ ଚଢ଼ଉ କରିଥିଲା। ଚଢ଼ାଉ ସମୟରେ ଉକ୍ତ ବାର୍‌ରେ ନାଚଗୀତର ଆସର ଜମିଥିଲା। ଯୁବତୀମାନେ ନୃତ୍ୟ ପରିବେଷଣ କରୁଥିବାବେଳେ ଗ୍ରାହକଙ୍କ ପ୍ରବଳ ଭିଡ଼ ଜମିଥିଲା। ତେବେ ପୋଲିସକୁ ଦେଖି ଗ୍ରାହକମାନେ ଛତ୍ରଭଙ୍ଗ ଦେଇଥିବାବେଳେ ସେଠାରୁ ୧୦ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଥିଲା। ସେମାନଙ୍କୁ ଶର୍ଟ ଷ୍ଟେ ହୋମ୍‌କୁ ପଠାଇ ଦିଆଯାଇଛି। ଗୁରୁବାର ଆଇନଗତ ବ୍ୟବସ୍ଥା ପରେ ସେମାନଙ୍କୁ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବ। ସେହିଭଳି ବାର୍‌ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଲାଇସେନ୍ସ ବିନା ଗୀତ ବଜାଉ ଥିବାରୁ ସହରାଞ୍ଚଳ ପୁଲିସ ଆଇନ ବଳରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେବା ସହ ବାରକୁ ବନ୍ଦ କରାଯିବା ପାଇଁ ସରକାରଙ୍କୁ ଚିଠି ଲେଖାଯିବ ବୋଲି ଏସିପି ଗଡ଼ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri