ବାର୍‌ହା ମାଂସ ଜବତ, ୩ ଶିକାରୀ ଗିରଫ

ପାଟଣାଗଡ଼, ୯ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ପାଟଣାଗଡ଼ ବନବିଭାଗ ଶନିବାର କିରିବାଞ୍ଜି ଜଙ୍ଗଲରେ  ଚଢ଼ାଉ କରି ବାର୍‌ହା ମାଂସ ଜବତ କରିବା ସହ ୩ ଜଣ ଶିକାରୀଙ୍କୁ ଗିରଫ କରିଛି। ଗିରଫ ଶିକାରୀମାନେ ହେଲେ ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ସିଆଲବନ୍ଧ ଗ୍ରାମର କାଲି ବନଗୁଲା, ଜଗତ ଭୁଏ ଏବଂ ଗୌର ରାଉତ। ସେମାନଙ୍କଠାରୁ ୧୫ କେଜି ବାର୍‌ହା ମାଂସ, ଗୋଟିଏ ଆମେରିକାନ ସିଙ୍ଗଲ ବୋର ବନ୍ଧୁକ, ଛୁରି, ଟାଙ୍ଗିଆ ଓ ଏକ ବାଇକ ଜବତ କରାଯାଇଛି । ଅଭିଯୁକ୍ତମାନେ ବନବିଭାଗର ବାରମ୍ବାର ତାଗିଦ୍‌ ପରେ ମଧ୍ୟ ବନ୍ୟପ୍ରାଣୀ ଶିକାର ଜାରି ରଖିଥିଲେ। ସେମାନଙ୍କ ନାମରେ ପୂର୍ବରୁ ମଧ୍ୟ ବିଭାଗ ପକ୍ଷରୁ ଏକାଧିକ ମାମଲା ରହିଛି। ବାର୍‌ହା ଶିକାରରେ ବ୍ୟବହୃତ ବନ୍ଧୁକର ମାଲିକ ସରମୁହାଣ ଗ୍ରାମର ଜଗନ୍ନାଥ ମେହେର ଫେରାର ହୋଇଯାଇଛନ୍ତି। ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ପାଟଣାଗଡ଼ ରେଞ୍ଜ ଅଧିକାରୀ ବାସୁଦେବ ନାଥ ସୂଚନା ଦେଇଛନ୍ତି। ଚଢ଼ାଉରେ ଫରେଷ୍ଟର ରଞ୍ଜିତ ସିଂବାବୁ, ଫରେଷ୍ଟର ରାଜେନ୍ଦ୍ର ଧରୁଆ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri