ବାର୍‌ହା ମୃତଦେହ ଉଦ୍ଧାର, ୪ ଶିକାରୀ ଗିରଫ

ରାଜନଗର, ୬।୧୨ (ଡି.ଏନ୍‌.ଏ.)-ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନର ସୁନେଇରୂପେଇ ଜଙ୍ଗଲରୁ ବାର୍‌ହା ଶିକାର କରିବା ଅଭିଯୋଗରେ ୪ଜଣ ଶିକାରୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେମାନେ ହେଲେ ସ୍ଥାନୀୟ ସାତଭାୟା ପଞ୍ଚାୟତ ବଗପାଟିଆ ଗ୍ରାମର ସୁଧାଂଶୁ ମାଇତି, ସୁକାନ୍ତ ମିଶ୍ରି, ରବୀନ୍ଦ୍ର ମିଶ୍ରି, ହରିପଦ ମଣ୍ଡଳ। ବନ ବିଭାଗ କର୍ତ୍ତୃପକ୍ଷ ଶିକାରୀମାନଙ୍କୁ ଗିରଫ କରିବା ସହ ପ୍ରାୟ ୫୦ କିଗ୍ରା ଓଜନର ଏକ ବାର୍‌ହା ମୃତଦେହ ଉଦ୍ଧାର କରିଛନ୍ତି। ଏଥିସହ ଶିକାର ପାଇଁ ବ୍ୟବହୃତ ୨ଟି କଟୁରି, ୩ଟି ଫାସ, ୪ଟି ଠେଙ୍ଗା ଜବତ କରାଯାଇଛି। ଅପରାହ୍ନରେ ଗିରଫ ଶିକାରୀମାନଙ୍କୁ କୋର୍ଟଚାଲାଣ କରାଯାଇଥିବା ଜଣାପଡ଼ିଛି। ଶିକାରୀମାନେ ସୁନେଇରୂପେଇ ଜଙ୍ଗଲରେ ବାର୍‌ହା ଶିକାର କରୁଥିବା ନେଇ କୌଣସି ସୂତ୍ରରୁ ଖବରପାଇ ରାଜନଗର ରେଞ୍ଜ ଅଫିସର ସୁରଜିତ କୁମାର ସାହୁ, କାଠିଆଗଣ୍ଡ ବନପାଳ ରଣଜିତ୍‌ ରାଉତ, ଅଭିରାମ ଦାସ ଏକ ଟିମ୍‌ ସହ ସେଠାରେ ପହଞ୍ଚତ୍ ଶିକାରୀମାନଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷ ଜମିକୁ କାମ କରିବା ପାଇଁ ଯାଉଥିବାବେଳେ ପାଗଳ ବିଲୁଆ କାମୁଡାରେ ୬ ଆହାତ, ଜଣେ ଗୁରୁତର

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନରସିଂହପୁର, କୁଶପଡ଼ା,ବିଜୟ ପଦ୍ମନାଭପୁର ପ୍ରଭୃତି ଗ୍ରାମର ୬ ଜଣଙ୍କୁ ସୋମବାର ପାଗଳ ବିଲୁଆ କାମୁଡି କ୍ଷତାକ୍ତ...

ଗୁଗଲ ମ୍ୟାପ୍‌ ଦେଖି ଟ୍ରକ୍‌ ଚଳାଉଥିଲେ ଡ୍ରାଇଭର୍‌: ହଠାତ୍‌ ଘଟିଗଲା…

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ):ଗୁଗଲ ମ୍ୟାପ୍‌ ଦେଖାଇଲା ଭୁଲ ରାସ୍ତା। ଆଉ ଭୁଲ ରାସ୍ତାରେ ଆସି ଟ୍ରକ ଦୁର୍ଘଟଣାଗ୍ରସ୍ତ। ଏଭଳି ଘଟଣା ନୂଆ ହୋଇ ନ...

ଟୋକନ ସମସ୍ୟାକୁ ନେଇ ଚାଷୀଙ୍କ ଅଭିନବ ପ୍ରତିବାଦ: ଖୁଚୁରା ଧାନ ବିକିଲେ ଚାଷୀ

ସମ୍ବଲପୁର,୧୬।୧୨(ପ୍ରମୋଦ ବହିଦାର): ଧାନ ବିକ୍ରି ପାଇଁ ଚାଷୀଙ୍କୁ ଟୋକନ ମିଳିବା ସମସ୍ୟାକୁ ନେଇ ମଙ୍ଗଳବାର ସମ୍ବଲପୁରଠାରେ ଚାଷୀଙ୍କ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଚାଷୀମାନେ ପ୍ରଥମେ...

ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି।...

ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବ୍ରହ୍ମପୁର,୧୬ା୧୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ ଆବେଦନ । ବିକ୍ରମ ପଣ୍ଡାଙ୍କ ସମେତ...

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ: ୪୫ ଲକ୍ଷ ମଞ୍ଜୁର ପରେ…

କେସିଙ୍ଗା,୧୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଜାତୀୟ ରାଜପଥର ଆମ୍ବେଦକର ଛକଠାରୁ କଲେଜ ରୋଡ଼ ଦେଇ ଡୁମେର ମୁଣ୍ଡା ସାହୁ ପଡା ଏବଂ ରୁପ୍ରା...

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ...

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri