ବାର୍‌ହା ଶିକାରୀ ଗିରଫ: ମାଂସ ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ

ଛେଣ୍ଡିପଦା,୨।୧୨(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଜାମୁଣ୍ଡା ବିଟ ବଅଁରଡିହ ଅଞ୍ଚଳରୁ ରବିବାର ରାତିରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଜଣେ ଶିକାରୀଙ୍କୁ ଗିରଫ କରାଯିବା ସହିତ ତାଙ୍କଠାରୁ ୫ କିଗ୍ରା ମାଂସ, ଶିକାରରେ ବ୍ୟବହୃତ ଜିଆଇ ତାର ଓ ଟାଙ୍ଗିଆ ଜବତ କରାଯାଇଛି। ଶିକାରୀ ଜଣଙ୍କ ହେଲେ ବଡ଼କେରେଜେଙ୍ଗ ପଞ୍ଚାୟତ ବଅଁରଡିହ ଗ୍ରାମର ଭାସ୍କର ଦେହୁରୀଙ୍କ ପୁଅ ବିରଞ୍ଚି(୩୫)।
ବନ ବିଭାଗ ସୂତ୍ରରୁ ପ୍ରକାଶ, ଜାମୁଣ୍ଡା ବିଟର ବଅଁରଡିହ ଗ୍ରାମରେ ବାର୍‌ହା ଶିକାର ହୋଇଥିବା ଖବର ପାଇ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ମନମୋହନ ସ୍ବାଇଁ ଓ ଫରେଷ୍ଟର ପ୍ରୀତିରେଖା ଦେହୁରୀ ପ୍ରମୁଖ ଚଢ଼ାଉ କରିଥିଲେ। ଏହି ଗ୍ରାମର ବିରଞ୍ଚି ନିକଟସ୍ଥ ଗୁରୁଡିହା ଜଙ୍ଗଲରୁ ଜିଆଇ ତାରରେ ଫାଶ ବସାଇ ବାର୍‌ହା ଶିକାର କରି ଏକ ବ୍ୟାଗରେ ମାଂସ ଓ ମୁଣ୍ଡ ନେଇ ଆସୁଥିବା ବେଳେ ବନ ବିଭାଗ ତାଙ୍କୁ ଗିରଫ କରିଛି। ଏ ନେଇ ବନ ବିଭାଗ ପକ୍ଷରୁ ବନ୍ୟଜନ୍ତୁ ସଂରକ୍ଷଣ ଆଇନ ୧୯୭୨ ଅନୁଯାୟୀ ମାମଲା ରୁଜୁ କରାଯିବା ସହିତ ଘଟଣାର ତଦନ୍ତ ଜାରି ରହିଛି ବୋଲି ବନାଞ୍ଚଳ ଅଧିକାରୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?