Posted inଜାତୀୟ

ବାଲାକୋଟ ଏୟାର୍‌ଷ୍ଟ୍ରାଇକ୍‌ର ଭିଡିଓ ଜାରିକଲା ଆଇଏଏଫ୍‌: ‘ନିଜ ହେଲିକପ୍ଟର ଖସାଇବା ବଡ଼ ଭୁଲ୍‌’

ନୂଆଦିଲ୍ଲୀ, ୫ା୧୦(ପି.ଟି.): ଭାରତୀୟ ବାୟୁସେନା ପକ୍ଷରୁ କଶ୍ମୀରର ବଡ଼ଗାମ୍‌ଠାରେ ଗତ ଫେବୃୟାରୀ ୨୭ରେ ଏହାର ଏକ ଏମ୍‌ଆଇ-୧୭ ହେଲିକପ୍ଟରକୁ କ୍ଷେପଣାସ୍ତ୍ର ମାଡ଼କରି ଖସାଇ ଦିଆଯାଇଥିଲା। ବାୟୁସେନା ହେଲିକପ୍ଟରରେ ଥିବା ୬ ଯବାନଙ୍କ ସହ ୭ ନିହତ ହୋଇଥିଲେ। ଏହା ଏକ ବଡ଼ ଭୁଲ୍‌ ଥିଲା ବୋଲି ବାୟୁସେନା ମୁଖ୍ୟ ରାକେଶ କୁମାର ସିଂ ଭଦୌରିଆ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏନେଇ ଏକ ଭିଡିଓ କ୍ଲିପ୍‌ ଜାରି କରାଯାଇଛି। ପାକିସ୍ତାନର ବାଲାକୋଟରେ ଥିବା ଜୈଶ୍‌ ଆତଙ୍କବାଦୀ ଆଡ୍ଡା ଉପରେ ଭାରତୀୟ ବାୟୁସେନାର ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଛକାପଞ୍ଝା ଆରମ୍ଭ ହୋଇଥିଲା। ଶତ୍ରୁପକ୍ଷର ହେଲିକପ୍ଟର ଭାବି ଭାରତୀୟ ବାୟୁସେନା ପକ୍ଷରୁ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ଏହି ଭୁଲ୍‌ ଲାଗି ଦୁଇ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଓ ୪ ଅଧିକାରୀଙ୍କ ବିରୋଧରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବାୟୁସେନା ମୁଖ୍ୟ କହିଛନ୍ତି। କୋର୍ଟ ଅଫ୍‌ ଇନକ୍ୱାରି ଶେଷ ହୋଇଥିବାବେଳେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯୋଗାଯୋଗରେ ତ୍ରୁଟି ଯୋଗୁ ଏଭଳି ଅଘଟଣ ଘଟିଥିଲା। ଆଗକୁ ସେଭଳି ନ ହେବା ଲାଗି ସତର୍କତା ଅବଲମ୍ବନ କରାଯିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?