ବାଲିକୁଦା ପଞ୍ଚାୟତ ସମିତି ସପ୍ତମ ସାଧାରଣ ବୈଠକ: ପାନୀୟ ଜଳ, ପରିମଳ ଉପରେ ଗୁରୁତ୍ୱାରୋପ

ବାଲିକୁଦା,୧୨ା୧୨(ସ୍ବ.ପ୍ର.): ବାଲିକୁଦା ପଞ୍ଚାୟତ ସମିତି ସଭାଗୃହରେ ବୁଧବାର ସମିତିର ସପ୍ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧ୍ୟକ୍ଷା ମଧୁସ୍ମିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥିଭାବେ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ପାନୀୟଜଳ, ପରିମଳ ବ୍ୟବସ୍ଥା ଓ ଖାଉଟି ସାମଗ୍ରୀ ଯୋଗାଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଲୋକଙ୍କ ସମସ୍ୟା ସମାଧାନ ଓ ଉନ୍ନୟନ କାର୍ଯ୍ୟ ଉପରେ ଗୁରୁତ୍ୱ ଦେବାକୁ ମନ୍ତ୍ରୀ ଦାସ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ଜନପ୍ରତିନିଧି ଓ ପ୍ରଶାସନ ମଧ୍ୟରେ ସମନ୍ବୟ ରକ୍ଷା କରିବା ପାଇଁ ପରାମର୍ଶ ଦେଇଥିଲେ। ଅଟକି ରହିଥିବା ସମସ୍ତ ଉନ୍ନୟନ କାର୍ଯ୍ୟକୁ ତୁରନ୍ତ ଶେଷ କରିବା ପାଇଁ ତାଗିଦ୍‌ କରିଥିଲେ। ୨୦୨୪ ସୁଦ୍ଧା ସବୁ ଗଁାକୁ ପାନୀୟ ଜଳ ଯୋଗାଣ କରାଯିବ। ତେବେ ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ୨୫ ପ୍ରତିଶତ ପରିବାରକୁ ପାନୀୟ ଜଳ ଯୋଗାଣ କରାଯିବ ବୋଲି ଜଳ ଓ ପରିମଳ ବିଭାଗୀୟ ଯନ୍ତ୍ରୀ ସୂଚନା ଦେଇଥିଲେ। ତେଣୁ ଯୁକ୍ତି ତର୍କ ନ କରି ପାନୀୟ ଜଳର କିପରି ସମାଧାନ ହୋଇ ପାରିବ ତା’ ଉପରେ ଆଲୋଚନା କରିବା ପାଇଁ ମନ୍ତ୍ରୀ ସରପଞ୍ଚମାନଙ୍କୁ ପରାମର୍ଶ ଦେଇଥିଲେ। ଉପାଧ୍ୟକ୍ଷ ରାଖାଲ ଚନ୍ଦ୍ର ଦାସ, ଅତିରିକ୍ତ ତହସିଲଦାର ପ୍ରଦୀପ ସାହା, ବିଡିଓ କଲ୍ୟାଣୀ ପଟ୍ଟନାୟକ, ଏବିଡିଓ ଅଜୟ ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ କୈଳାସ ବେହେରା, ଜିଲାପରିଷଦ ସଦସ୍ୟା ବବିତା ସ୍ବାଇଁ, ଜୟଶ୍ରୀ ଦର୍ପଦଳିନୀ ମଲ୍ଲିକ ଏବଂ ମହନିଚରଣ ରାଉତ ରାମଚନ୍ଦ୍ର ମହାନ୍ତିଙ୍କ ସମେତ ସମସ୍ତ ସରପଞ୍ଚ, ସମିତିସଭ୍ୟ ଓ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସଞ୍ଜୟ ଦାସ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ। ଶେଷରେ ଉପାଧ୍ୟକ୍ଷ ରାଖାଲ ଚନ୍ଦ୍ର ଦାସ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri