ବାଲିକୁଦାରେ ଗ୍ୟାଙ୍ଗୱାର ଘଟଣା: ସାଗରଙ୍କ ଦୁଇ ସହଯୋଗୀ ଗିରଫ

ବାଲିକୁଦା,୧୩ା୧(ସ୍ବ.ପ୍ର.): ବାଲିକୁଦା ଥାନା ଅଞ୍ଚଳରେ ଗତ ୩ତାରିଖରେ ଦୁଇ ଅପରାଧୀ ଗୋଷ୍ଠୀ ସାଗର ମଲ୍ଲିକ ଓ ସମୀର ଦଳେଇଙ୍କ ମଧ୍ୟରେ ହୋଇଥିବା ଗ୍ୟାଙ୍ଗୱାର ଘଟଣାରେ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ସାଗରଙ୍କ ଦୁଇ ସହଯୋଗୀ ସିତୁ ଦାସ ଓ ବଳିଆ ସାମଲକୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ସେମାନେ ବାଲିକୁଦା ଅଞ୍ଚଳରେ ଲୁଚିଥିବାବେଳେ ପୋଲିସ ଚଢ଼ାଉ କରି କାବୁ ରବିବାର ରାତିରେ କାବୁ କରିଥିଲା। ଘଟଣା ଦିନ ସକାଳେ ସାଗର ଗୋଷ୍ଠୀ ସ୍ଥାନୀୟ ଖଣିଆ ଗଁାର ଦୁଇ ଜଣ ଯୁବକଙ୍କୁ ମାରଧର କରିବା ସହିତ ଧମକ ଦେଇଥିଲେ। ଏସବୁ କାଣ୍ଡରେ ବଳିଆ ସାମିଲ ଥିବା ଅଭିଯୋଗ ହୋଇଥିଲେ। ବଳିଆ ଫୋନ କରି ସମସ୍ତଙ୍କୁ ଡକାଇଥିଲେ। ପରେ ଏହି ଘଟଣା ଗଟିଥିଲା। ସିତୁ ମଧ୍ୟ ଘଟଣାରେ ସାମିଲ ହୋଇଥିଲେ। ବାଲିକୁଦା ପୋଲିସ ଏକ ମାମଲା ନଂ-୨/୨୦ ରୁଜୁ କରି ତଦନ୍ତ ଚଳାଇଥିଲା। ସୂଚନାଯୋଗ୍ୟ, ଗ୍ୟାଙ୍ଗୱାର ଦ୍ୱାରା ସମୀରଙ୍କ ଗୋଷ୍ଠୀର ଜଣେ ଯୁବକ ଗୁଳିମାଡ଼ରେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri