ବାଲିଖାଦାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣି ପରିବାରଲୋକଙ୍କ ରାସ୍ତାରୋକୋ

ରାସଗୋବିନ୍ଦପୁର,୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀ ବାଲିଖାଦାନ ନିକଟ ବାଲି ଷ୍ଟକ୍‌ ଥିବା ପାର୍ଶ୍ୱରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ମୂଷାମାରୀ ଗ୍ରାମର ମିଣ୍ଟୁ ତରେଇ। ମିଣ୍ଟୁଙ୍କୁ ହତ୍ୟା କରାଯାଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

ସୂଚନାନୁଯାୟୀ, ମିଣ୍ଟୁ ଦୀର୍ଘଦିନ ଧରି ଉକ୍ତ ବାଲିଖାଦାନକୁ ବିରୋଧ କରି ଆସୁଥିଲେ। ସକାଳେ ତାଙ୍କ ମୃତଦେହ ବାଲି ଗଚ୍ଛିତ ଥିବା ସ୍ଥାନରେ ପଡ଼ି ରହିଥିବା ଦେଖାଯାଇଥିଲା। ମିଣ୍ଟୁଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରି ଗ୍ରାମବାସୀ ଓ ପରିବାରବର୍ଗ ମୃତଦେହକୁ ଧରି ରାସଗୋବିନ୍ଦପୁର-ବାରିପଦା ମୁଖ୍ୟରାସ୍ତା ମୂଷାମାରୀ ଛକରେ ଅବରୋଧ କରିଥିଲେ। ଫଳରେ ରାସଗୋବିନ୍ଦପୁର ଓ ବାରିପଦା ମଧ୍ୟରେ ଯାତାୟାତ ଠପ୍‌ ହୋଇପଡ଼ିଥିଲା। ଘଟଣାସ୍ଥଳରେ ରାସଗୋବିନ୍ଦପୁର ଅତିରିକ୍ତ ତହସିଲଦାର ପ୍ରଭାତ କୁମାର ମହାପାତ୍ର, ରାସଗୋବିନ୍ଦପୁର ଥାନା ଆଇଆଇସି କେ.ସି. ପଲେଇ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri