ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାରେ ଅବହେଳା ଅଭିଯୋଗ: ପ୍ରସୂତିଙ୍କ ହାତରେ ରହିଗଲା ଛୁଞ୍ଚି

ବାଲିଗୁଡ଼ା,୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଥିବା ପ୍ରସୂତି ବିଭାଗ ସ୍ବାସ୍ଥ୍ୟକର୍ମୀ ଚିକିତ୍ସାରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ଅବହେଳା ଯୋଗୁ ଜଣେ ପ୍ରସୂତିଙ୍କ ହାତରେ ଛୁଞ୍ଚି ରହିଯାଇଥିବା ନେଇ ମହିଳାଙ୍କ ସ୍ବାମୀ ଅଭିଯୋଗ କରିଛନ୍ତି।

ସୂଚନାନୁଯାୟୀ, ଗତ ୫ତାରିଖ ଦିନ ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗିବାଡ଼ି ନିଳକନ୍ଦର ସାହିର ସରୋଜ କୁମାର ସାହୁଙ୍କ ସ୍ତ୍ରୀ ଜଗେଶ୍ବିନୀଙ୍କୁ ପ୍ରସବ ଯନ୍ତ୍ରଣା ହୋଇଥିଲା। ସରୋଜ ତାଙ୍କ ସ୍ତ୍ରୀଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଏହାପରେ ସେଠାରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ ଜଗେଶ୍ବିନୀ । କିନ୍ତୁ ସ୍ବାସ୍ଥ୍ୟକର୍ମୀଙ୍କ ଅସାବଧାନତା ଯୋଗୁ ସାଲାଇନ୍‌ ବାହାର କରିବା ସମୟରେ ଜଗେଶ୍ବିନିଙ୍କ ହାତରେ ସାଲାଇନ ଛୁଞ୍ଚି ରହିଯାଇଥିଲା। ଫଳରେ ତାଙ୍କୁ ଯନ୍ତ୍ରଣା ହୋଇଥିଲା। ଏନେଇ ସରୋଜ ଡାକ୍ତରଙ୍କୁ ଅଭିଯୋଗ କରିବାପରେ ଏଠାରେ ଏହାର ଚିକିତ୍ସା କରାଯାଇପାରିବ ନାହିଁ। ତୁମେ ତୁମ ସ୍ତ୍ରୀଙ୍କୁ ଫୁଲବାଣୀ ନେଇଯାଅ କହି ସ୍ଥାନାନ୍ତର କରିଦିଆଯାଇଥିବା ଅଭିଯୋଗ କରିଛନ୍ତି ସରୋଜ। ଘଟଣା ସମ୍ପର୍କରେ ବାଲିଗୁଡ଼ା ମେଡିକାଲ ସୁପରିଟେଣ୍ଡେଣ୍ଟଙ୍କୁ ପଚାରିବାରୁ ସେ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି ।

ବାରମ୍ବାର ଏଭଳି ଘଟଣା ଘଟୁଥିଲେ ମଧ୍ୟ ଏଥିପ୍ରତି ଉପରିସ୍ଥ ଅଧିକାରୀଙ୍କ ଦୃଷ୍ଟି ପଡ଼ୁନାହିଁ। ଫଳରେ ଚିକିତ୍ସାରେ ଅବହେଳା ଯୋଗୁ ଅନେକ ନିରିହ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ ଏନେଇ କନ୍ଧମାଳ ଜିଲା ଚିକିତ୍ସା ଅଧିକାରୀ ଡ.ରାସେଶ୍ୱରୀ ପଟ୍ଟନାୟକଙ୍କୁ ପଚାରିବାରୁ ସେ କୁହନ୍ତି, ଡାକ୍ତରଖାନାର ସମସ୍ତ ଔଷଧ ପତ୍ର ଏବଂ ଅନ୍ୟାନ୍ୟ ଚିକିତ୍ସା ସାମଗ୍ରୀ ସରକାର ପଠାଉଛନ୍ତି। ବାହାରର କୌଣସି ସାମଗ୍ରୀ ଆମେ ବ୍ୟବହାର କରୁନାହୁଁ । ଛୁଞ୍ଚିରେ ସମସ୍ୟା ରହିଛି । ଏମିତି ଘଟଣା ଆମ ନଜରକୁ ଆଉ କିଛି ମଧ୍ୟ ଆସିଛି । ଏନେଇ ଆମେ ସ୍ବାସ୍ଥ୍ୟ ବିଭାଗକୁ ଜଣାଇବୁ ବୋଲି ସେ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri