ବାଲିପଟା ଗ୍ରାମବାସୀଙ୍କ ଶପଥ: ନିଯୁକ୍ତି, ଥଇଥାନ ନ ହେଲେ ଛଡାଯିବନି ଜମି

କଣିହାଁ, ୧୯।୮(ଡି.ଏନ.ଏ.) କଣିହାଁ ବ୍ଲକ କାକୁଡିଆ ପଞ୍ଚାୟତ ବାଲିପଟ୍ଟା ଗ୍ରାମର ୨ ସାହିରେ କୋଇଲା ଖଣି ପ୍ରକଳ୍ପ ପାଇଁ ଏନ୍‌ଟିପିସି ପକ୍ଷରୁ ଜମି ଅଧିଗ୍ରହଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାକୁ ଗ୍ରାମବାସୀ ବିରୋଧ କରିବା ସହ ଉପଯୁକ୍ତ କ୍ଷତିପୂରଣ, ନିଯୁକ୍ତି, ଥଇଥାନ ନ ମିଳିଲେ ଖଣି ପାଇଁ ଆଦୌ ଜଗା ଛଡାଯିବନି ବୋଲି ନିଷ୍ପତ୍ତି ନିଆଯାଇଛି। ଏହାକୁ ନେଇ ରବିବାର ଗ୍ରାମର ଭଣେଶ୍ୱରୀ ପୀଠରେ ଏକ ବୈଠକ ବସିଥିଲା। ଏଥିରେ ଗ୍ରାମର ଉପର ସାହି ଓ ତଳ ସାହିର ସଭାପତି ଯୋଗଦେଇ କହିଥିଲେ, ଗ୍ରାମର ଜାଗାକୁ ମନ୍ଦାକିନୀ (ଖ) କୋଇଲା ଖଣି ପ୍ରକଳ୍ପ ଏନ୍‌ଟିପିସି ଲିମିଟେଡ ଅଧିଗ୍ରହଣ କରିବାକୁ ୨୦୧୬ ଏପ୍ରିଲରେ ନୋଟିସ ପ୍ରକାଶ କରିଥିଲା। ଏହି ଜମି ଅଧିଗ୍ରହଣ ହେଲେ କଲ୍ୟାଣପୁର ମୌଜା ସହିତ ବାଲିପଟା ଗ୍ରାମର ଉପର ସାହି ଓ ତଳସାହିର ୨ ଶହରୁ ଊର୍ଦ୍ଧ୍ୱ ପରିବାର ଜମିବାଡି, ଜଙ୍ଗଲ ଓ ବାସଗୃହ ହରାଇବେ ବୋଲି ଜଣାପଡିବା ପରେ ଗ୍ରାମବାସୀଙ୍କ ୧୨ ଦଫା ଦାବି ସମ୍ପର୍କରେ ପ୍ରଶାସନ ଓ ପ୍ରକଳ୍ପର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏ ପର୍ଯ୍ୟନ୍ତ ପ୍ରଶାସନ ତରଫରୁ କୌଣସି ଉତ୍ତର ମିଳି ନ ଥିବାବେଳେ ୨୦୧୯ ଅଗଷ୍ଟ ୧୦ରେ ଗ୍ରାମ ସଭାପତିଙ୍କୁ କୋଇଲା ଖଣି ପ୍ରକଳ୍ପ, ଏନ୍‌ଟିପିସି ତରଫରୁ ନୋଟିସ ଜାରି କରାଯାଇଛି। ହେଲେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ କମ୍ପାନୀକୁ ଗ୍ରାମରେ ପୂରାଇ ଦିଆଯିବ ନାହିଁ ବୋଲି ୨ ସାହି ସଭାପତି ସୁଶାନ୍ତ ପ୍ରଧାନ, ବାବୁଲି ସାହୁ, କମିଟି ସଦସ୍ୟ ଦୁର୍ଯ୍ୟୋଧନ ଜେନା, ଦେବରାଜ ରାଉଳ ପ୍ରମୁଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri