ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅବ୍ୟବସ୍ଥା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩ା୧(ବ୍ୟୁରୋ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥା ସମ୍ପର୍କରେ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ବୁଧବାର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥା ସମ୍ପର୍କରେ ଅସନ୍ତୋଷ ପ୍ରକାଶ କରି ଧାରଣାରେ ବସିଥିଲେ। ଘଟଣା ସମ୍ପର୍କରେ ଅବଗତ ହେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀଙ୍କ ସହ ବ୍ୟକ୍ତିଗତ ଭାବେ ଆଲୋଚନା କରିଥିଲେ। ଆଲୋଚନା ପରେ ଏ ବିଷୟରେ ତଦନ୍ତ କରିବା ପାଇଁ ମନ୍ତ୍ରୀ ଦାସ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଅଧିକାରୀ କମିଟି ଗଠନ କରି ଘଟଣାର ପଙ୍ଖାନୁପୁଙ୍ଖ ତଦନ୍ତ ସହ ସଂପୃକ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ୩ ଦିନ ମଧ୍ୟରେ ଏହାର ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିବାକୁ ମନ୍ତ୍ରୀ କହିଛନ୍ତି। ରିପୋର୍ଟ ମିଳିବା ପରେ ନିଜେ ସ୍ବାସ୍ଥ୍ୟମନ୍ତ୍ରୀ ବାଲେଶ୍ୱର ଗସ୍ତ କରି ସମସ୍ୟାର ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri