ବାଲେଶ୍ୱର ସଂକ୍ରମିତଙ୍କ ସଂସ୍ପର୍ଶରେ ଜଣେ ସ୍ବାସ୍ଥ୍ୟକର୍ମୀ: ସାନିଟାଇଜ୍‌ ହେଲା ସନ୍ତରାଗଡ଼ିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ସଜନାଗଡ଼, ୧୯।୪(ଡି.ଏନ.ଏ.)-ଓଡ଼ିଶାର ୬୧ନଂ. କରୋନା ସଂକ୍ରମିତ ବାଲେଶ୍ୱର ସହରର ବୋଲି ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିବା ପରେ ଜିଲା ପ୍ରଶାସନ ତତ୍ପର  ହୋଇଉଠିଛି। ଏହି ସମୟ ମଧ୍ୟରେ ସଂକ୍ରମିତ ବ୍ୟକ୍ତି କେଉଁମାନଙ୍କ ସଂସ୍ପର୍ଶରେ ଆସିଛନ୍ତି, ତାହାର ତଥ୍ୟ ସଂଗ୍ରହ କରାଯାଉଛି। ନୀଳଗିରି ଉପଖଣ୍ଡ ଅଧିନ ସନ୍ତରାଗଡ଼ିଆ ମାର୍କେଟ୍‌ରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ସ୍ବାସ୍ଥ୍ୟକର୍ମୀ ବାଲେଶ୍ୱର କରୋନା ସଂକ୍ରମିତଙ୍କ ସମ୍ପର୍କୀୟ ହୋଇଥିବା ପ୍ରାଥମିକ ସୂଚନା ମିଳିଛି। କରୋନାରେ ସଂକ୍ରମିତ ହୋଇଥିବା ସମ୍ପର୍କୀୟଙ୍କୁ ଦେଖା କରିବା ପାଇଁ ସେ ୧୧ତାରିଖରେ ଯାଇଥିଲେ। ଫେରିବା ପରେ ସେ ପଞ୍ଚାୟତ କାର୍ଯ୍ୟାଳୟ, ଡାକ୍ତରଖାନା ଓ କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ଯାଇଥିବା ସୂଚନା ମିଳିଥିଲା। ପରେ ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନାଙ୍କ ନିର୍ଦ୍ଦେଶରେ ନୀଳଗିରି ଅଗ୍ନିଶମ ବିଭାଗ ଅଧିକାରୀ ଓ ନୀଳଗିରି ଥାନାଅଧିନ ଈଶ୍ୱରପୁର ଫାଣ୍ଡି ଅଧିକାରୀଙ୍କ ନେତୃତ୍ୱରେ ସନ୍ତରାଗଡ଼ିଆ ପ୍ରାଥମିକ କେନ୍ଦ୍ର ସମେତ ପଞ୍ଚାୟତ କାର୍ଯ୍ୟାଳୟ, ଡାକ୍ତରଖାନା, କ୍ୱାରାଣ୍ଟାଇନ୍‌ କେନ୍ଦ୍ର ସମେତ ଆଖପାଖ ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ରବିବାର ସାନିଟାଇଜ୍‌ କରାଯାଇଛି। ଏହାବ୍ୟତୀତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ପଠାଯାଇଥିବା ଉପଜିଲାପାଳ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri