ବାଲେଶ୍ୱର ସ୍ବାସ୍ଥ୍ୟବିକାଶ ସମିତିର ପ୍ରଥମ ବୈଠକ : ‘ଏଫ୍‌ଏମ୍‌ ମେଡିକାଲ କଲେଜ ସମସ୍ୟାର ସମାଧାନ ହେବ’

କଟକ ଅଫିସ,୧୩ା୯: ବାଲେଶ୍ୱରରେ ସ୍ବାସ୍ଥ୍ୟସେବାକୁ ନେଇ ପ୍ରଥମ ସ୍ବାସ୍ଥ୍ୟ ବିକାଶ ସମିତି ସାଧାରଣ ବୈଠକ ଗୁରୁବାର କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି)ଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଆରଡିସି ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ ବାଲେଶ୍ୱରର ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ତେବେ ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟସେବା ସମସ୍ୟାର ସମାଧାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଛନ୍ତି।
ବୈଠକରେ ଫକୀର ମୋହନ ମେଡିକାଲ କଲେଜ ଅବସ୍ଥା ଶୋଚନୀୟ ହୋଇପଡ଼ିଥିବାବେଳେ ସେଠାରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନାହାନ୍ତି। ଫଳରେ ଏହି ଡାକ୍ତରଖାନାରୁ ଲୋକମାନେ ଠିକ୍‌ ଭାବେ ସେବା ପାଇପାରୁନାହାନ୍ତି। ଜିଲାବାସୀ ଚିକିତ୍ସା ପାଇଁ କଟକ ଆସିବା ସହ ଅସୁବିଧାରେ ପଡୁଛନ୍ତି। ତେଣୁ ଖୁବ୍‌ଶୀଘ୍ର ଏହି ସମସ୍ୟା ଦୂର କରିବା ପାଇଁ ପଦକ୍ଷେପ ନେବାର ସମୟ ଆସିଛି ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଛନ୍ତି। କେବଳ ମେଡିକାଲ କଲେଜ ନୁହେଁ ବରଂ ଜିଲାରେ ମୋଟ୍‌ ୩୦୦ ଡାକ୍ତରଙ୍କ ଆବଶ୍ୟକତା ଥିବାବେଳେ ଏବେ ୧୮୦ ଜଣ ଅଛନ୍ତି। ଡାକ୍ତର ପଦବୀ ପୂରଣ କରାଯିବା ଉପରେ ଗୁରୁତ୍ୱ ଦିଆଯିବା ସହ ଫକୀର ମୋହନ ମେଡିକାଲର ରୂପରେଖ ବଦଳାଇବାକୁ ଉଦ୍ୟମ ହେବ ବୋଲି ସେ କହିଛନ୍ତି। ଏହି ମେଡିକାଲ କଲେଜର ଷ୍ଟାଫ ସମସ୍ୟା, ପାରାମେଡିକାଲ କର୍ମଚାରୀ, ଆବଶ୍ୟକ ଭିତ୍ତିଭୂମି ନ ଥିବାବେଳେ ଏହାର ବିକାଶ ପାଇଁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ମେଡିକାଲରେ ରୋଗୀମାନଙ୍କୁ କିଭଳି ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ, ନିରକ୍ଷର ରୋଗୀମାନଙ୍କ ପାଇଁ ହେଲ୍ପ ଡେସ୍କ କରାଯାଇ ସେମାନଙ୍କ ରୋଗ ମୁତାବକ ବିଭାଗକୁ ପରାମର୍ଶ ଦିଆଯିବା ନେଇ ବୈଠକରେ ଆଲୋଚନା କରାଯାଇଥିଲା। ବୈଠକରେ ସ୍ବାସ୍ଥ୍ୟ ବିକାଶ ସମିତିର ନିୟମାବଳୀ ପାଠ କରାଯିବା ସହ ବ୍ୟୟ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରାଯାଇଥିଲା। ଅନ୍ୟପକ୍ଷରେ ଏହି ନୂତନ ମେଡିକାଲ କଲେଜ ଓ ହସ୍ପିଟାଲ ଅଲଗା ଥିବାରୁ ଡାକ୍ତରୀ ଶିକ୍ଷା ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ଲାଗି ପ୍ରାକ୍ଟିକାଲ କରିବାରେ ସମସ୍ୟା ସୃଷ୍ଟି ହେଉଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ସରକାରଙ୍କ ସମସ୍ତ ଅନୁଦାନ ମେଡିକାଲ ପାଇଁ ଖର୍ଚ୍ଚ କରାଯାଉଥିବାରୁ ମେଡ଼ିକାଲ କଲେଜ ଅବହେଳିତ ହେଉଛି ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଛନ୍ତି। ତେବେ ଡାକ୍ତରଖାନା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମେଡିକାଲ ପରିସର ଅପରିଷ୍କାର ହୋଇଥିବାବେଳେ ଏଠାରେ ସଂକ୍ରମଣର ଆଶଙ୍କା ରହିଛି। ଆବଶ୍ୟକ ସଫେଇ କର୍ମଚାରୀଙ୍କୁ ତୁରନ୍ତ ନିଯୁକ୍ତି ଦେବାକୁ କେନ୍ଦ୍ରମନ୍ତ୍ରୀ କହିଥିଲେ। ଏହି ବୈଠକରେ ବାଲେଶ୍ୱର ଜିଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ଫକୀରମୋହନ ମେଡିକାଲ କଲେଜର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri