ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ୪ ମହିଳା, ଜଣେ ପୁରୁଷ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ୫ କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରୁୁ ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ୪ଜଣ ମହିଳା, ଜଣେ ପୁରୁଷ ରହିଛନ୍ତି। ମହିଳାମାନଙ୍କ ବୟସ ଯଥାକ୍ରମେ ୨୨, ୨୩, ୨୯ ଏବଂ ୫୫। ସେହିପରି ପୁରୁଷ ଆକ୍ରାନ୍ତଙ୍କ ବୟସ ୨୭ ବର୍ଷ । ଏମାନଙ୍କ ଠାରେ ସାମାନ୍ୟ ଲକ୍ଷଣ ଥିଲା। ସମସ୍ତେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଏମାନଙ୍କଠାରେ ପଜିଟିଭ୍‌ ଆସିବାରୁ ସେମାନଙ୍କର ଟ୍ରାଭେଲ ହିଷ୍ଟ୍ରି ଜାଣିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର।
ସୂଚନାଯୋଗ୍ୟ, ଏବେ ୭୨ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି। ସେମାନଙ୍କ ମଧ୍ୟରୁ ୩୫ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri