ବାଲେଶ୍ୱରରେ ପୋଲିସ ମହାନିର୍ଦ୍ଦେଶକ: ‘ଆପରାଧିକ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖ’

ବାଲେଶ୍ୱର ଅଫିସ, ୫।୨-ଓଡ଼ିଶା ପୋଲିସ ବିଭାଗର ମହାନିର୍ଦ୍ଦେଶକ (ଡିଜିପି) ଅଭୟ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବାଲେଶ୍ୱରରେ ପହଞ୍ଚତ୍ ପୂର୍ବାଞ୍ଚଳ ଆଇଜିଙ୍କ ଅଫିସ୍‌୍‌ରେ ୫-ଟି ଓ ମୋ ସରକାର ସହିତ ବିଭିନ୍ନ ଆପରାଧିକ ମାମଲାର ସମୀକ୍ଷା କରିଛନ୍ତି।
ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଜିଲାରେ ଅପରାଧକୁ ହ୍ରାସ କରିବା, ଦଣ୍ଡବିଧାନ, ବିଶେଷକରି ମୋ ସରକାରଙ୍କୁ ଅଧିକ କ୍ରିୟାଶୀଳ କରିବା ଏବଂ ଜନସାଧାରଣଙ୍କୁ ସେବା ଯୋଗାଇବା ଉପରେ ଡିଜିପି ଅଭୟ ବିଧିବଦ୍ଧ ସମୀକ୍ଷା କରିଥିଲେ। ତିନି ଜିଲାରେ ଘଟୁଥିବା ଆପରାଧିକ କାର୍ଯ୍ୟକଳାପକୁ ରୋକିବା ନିମନ୍ତେ ସ୍ବତନ୍ତ୍ର ନଜର ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ବିଶେଷ କରି ଯୋଜନାବଦ୍ଧ ଭାବେ ଅପରାଧ ଘଟାଉଥିବା ବ୍ୟକ୍ତିଙ୍କ ଉପରେ କଡ଼ା ନଜର, ଅପରାଧପ୍ରବଣ ସ୍ଥାନ ଉପରେ ଅଧିକ ପାଟ୍ରୋଲିଂ, ମହିଳା ଓ ଶିଶୁ ନିର୍ଯାତନା ରୋକିବା ନିମନ୍ତେ ବିଭାଗର ଦାୟିତ୍ୱ ଉପରେ ଆଲୋଚନା କରି ବିଭିନ୍ନ ମାମଲାର ତଦନ୍ତ ଓ ଚାର୍ଜଶିଟ୍‌ ଠିକ୍‌ ସମୟରେ ସମ୍ପାଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବିଶେଷ କରି ମୋ ସରକାର ଓ ବିଭିନ୍ନ ମାମଲାର ଦଣ୍ଡବିଧାନ ନିମନ୍ତେ ତଦନ୍ତ ରିପୋର୍ଟ ପ୍ରସ୍ତୁତି ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ। ସମୀକ୍ଷା ବୈଠକରେ ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକ, ଅର୍ଥନୈତିକ ଅପରାଧ ଶାଖା ଆଇଜି ଘନଶ୍ୟାମ ଉପାଧ୍ୟାୟ, ବାଲେଶ୍ୱର ଜିଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର, ମୟୂରଭଞ୍ଜ ଜିଲା ଆରକ୍ଷୀ ଅଧୀକ୍ଷକ ପି. ସ୍ମିଥ ପରମାର, ଭଦ୍ରକ ଜିଲା ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ ପ୍ରମୁଖଙ୍କ ସହିତ ବହୁ ପୋଲିସ ଅଧିକାରୀ ଉପସ୍ଥିତ ରହିଥିବା ଜଣାପଡ଼ିଛି। ଅପରାହ୍ନ ସାଢେ ୪ଟାରେ ବାଲେଶ୍ୱର ଜିଲାର ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ, ଡିଏସ୍‌ପି, ଏସ୍‌ଡିପିଓ, ଆଇଆଇସିମାନଙ୍କୁ ବିଭିନ୍ନ ମାମଲାରେ ଠିକ୍‌ ତଦନ୍ତ କରିବା ସହ ପ୍ରତ୍ୟେକ ମାମଲାକୁ ଅତିଶୀଘ୍ର ଶେଷ କରିବା ପାଇଁ ପରାମର୍ଶ ଦେଇଥିଲେ। ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ଦିଗରେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼,୩।୮: ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ବିଶ୍ୱ କମର୍ସ ଦିବସ, ବାଣିଜ୍ୟ ଶିକ୍ଷା ଯୁବପିଢ଼ିଙ୍କ ପାଇଁ ଖୋଲୁଛି ନୂଆ ସୁଯୋଗ

ଭଞ୍ଜନଗର,୩ା୮(ବାବୁଲା ପ୍ରଧାନ): ପ୍ରତିବର୍ଷ ଅଗଷ୍ଟ ମାସ ପ୍ରଥମ ସୋମବାର ବିଶ୍ୱ କମର୍ସ ଦିବସ ପାଳିତ ହେଉଛି । ତେଣୁ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri