ବାଲ୍ୟ ବିବାହକୁ ବିରୋଧ କରି ଆତ୍ମନିର୍ଭରଶୀଳ ହେଲେ ୨ ଝିଅ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ବାଲ୍ୟବିବାହ ଏକ ଘୃଣ୍ୟ ସାମାଜିକ ପ୍ରଥା। ଏହି କୁପ୍ରଥା ବିରୋଧରେ ଆଇନ ପ୍ରଣୟନ ହୋଇଥିଲେ ବି ଗଁା ଗହଳିରେ ଅନେକ ଝିଅ ବାଲ୍ୟ ବିବାହର ଶିକାର ହେଉଛନ୍ତି। ମୟୂରଭଞ୍ଜର ଦୁଇ ଝିଅ ବାଲ୍ୟ ବିବାହକୁ ବିରୋଧ କରି ଏବେ ଅନ୍ୟମାନଙ୍କ ଲାଗି ଉଦାହରଣ ସାଜିଛନ୍ତି। ଖୁଣ୍ଟା ବ୍ଲକର ସ୍ମୃତିରେଖା ସିଂହ ଓ ସମଖୁଣ୍ଟା ବ୍ଲକର ମାମିନା ନାଏକ ଦୁଇଜଣ ନାବାଳିକାଙ୍କ ପରିବାର ସେମାନଙ୍କ ଇଚ୍ଛା ବିରୋଧରେ ବିବାହ କରାଉଥିଲେ। ଜିଲା ପ୍ରଶାସନ ଖବରପାଇ ସେମାନଙ୍କୁ ଉଦ୍ଧାର କରି ଶିଶୁ ପ୍ରଯତ୍ନ ଗୃହରେ ରଖିଥିଲା। ଶିଶୁ କଲ୍ୟାଣ ସମିତିର ପରାମର୍ଶକ୍ରମେ ସେମାନଙ୍କୁ ଦୀନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନାରେ ତାଲିମ ଦିଆଯାଇଥିଲା। ଏବେ ସେମାନେ ସାବାଳିକା ହୋଇସାରିଥିବାରୁ ବାଙ୍ଗାଲୋରର ଅରବିନ୍ଦ ପ୍ରାଇଭେଟ ଲିମିଟେଡରେ ୮୮୦୦ ଟଙ୍କା ଦରମା ଓ ଅନ୍ୟାନ୍ୟ ସୁବିଧା ସହ ଚାକିରି ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଦୁଇ ଝିଅଙ୍କ ସଫଳତାରେ ଖୁସି ହୋଇ ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜ ସେମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri