ବାଲ୍ୟବିବାହ ଅଭିଯୋଗ ପାଇ ପ୍ରଶାସନର ଚଢାଉ

ଦିଗପହଣ୍ଡି,୨ା୩(ଡି.ଏନ୍‌.ଏ.) ଦିଗପହଣ୍ଡି ବ୍ଲକର ଏକ ଗାଁରେ ବାଲ୍ୟବିବାହ ପାଇଁ ପ୍ରସ୍ତୁତି ଚାଲିଥିବା ରାଜ୍ୟ ମହିଳା ଓ ଶିଶୁକଲ୍ୟାଣ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ ଅଭିଯୋଗର ତୁରନ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ଶିଶୁ ସୁରକ୍ଷା ଅଧିକାରୀ ୟୁନିଟ କର୍ତ୍ତୃପକ୍ଷ ଓ ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କ ସମେତ ବ୍ରହ୍ମପୁର ଚାଇଲ୍ଡ ଲାଇନ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସିଡିପିଓ ସାହୁଙ୍କ ନେତୃତ୍ୱରେ ଛତ୍ରପୁରସ୍ଥିତ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ର ସଂଯୋଜକ ଶିବ ପ୍ରସାଦ ରଥ, ବ୍ରହ୍ମପୁର ଚାଇଲ୍ଡ ଲାଇନ କର୍ମଚାରୀ ବଳରାମ ମଲ୍ଲିକ, ଦିଗପହଣ୍ଡି ଥାନା ଏସ୍‌ଆଇ ମଧୁସ୍ମିତା ପ୍ରଧାନ, ମାଧବ ଚନ୍ଦ୍ର ଟାକରୀ ପ୍ରମୁଖ ଉକ୍ତ ଗଁାରେ ପହଞ୍ଚତ୍ ସବିଶେଷ ତଦନ୍ତ କରିଥିଲେ। ଗ୍ରାମ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ଡକାଯାଇ ଯୁବତୀଙ୍କ ପ୍ରବେଶିକା ରେକର୍ଡ ତନଖି କରାଯାଇଥିଲା। ଜନ୍ମ ପ୍ରମାଣ ପତ୍ର ଅନୁଯାୟୀ ତାଙ୍କୁ ୧୮ ବର୍ଷ ୨ ମାସ ହୋଇଥିବା ଜଣାପଡିଥିଲା। ସୋମବାର ଯୁବତୀଙ୍କ ବିବାହ ପ୍ରସ୍ତୁତି ସରିଥିବାବେଳେ ଏଭଳି ନିରାଧାର ଅଭିଯୋଗ ଓ ପୋଲିସ ଏବଂ ପ୍ରଶାସନିକ ଅଧିକାରୀଙ୍କୁ ଦେଖି ଯୁବତୀଙ୍କ ମା’ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ପରେ ପୋଲିସ ଓ ପ୍ରଶାସନିକ ଅଧିକାରୀ ମାନେ ବାଲ୍ୟ ବିବାହ ଆଇନ ସମ୍ପର୍କରେ ପରିବାର ଲୋକଙ୍କୁ ବୁଝାଶୁଝା କରି ସନ୍ଧ୍ୟାରେ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri