Posted inଜାତୀୟ

ବାଲ୍ୟବିବାହକୁ ରୋକିବା ପାଇଁ ଆସାମ ସରକାରଙ୍କ ନୂଆ ଯୋଜନା: ବିବାହରେ କନ୍ୟାଙ୍କୁ ଦେବେ ୧ ତୋଳା ସୁନା

ଗୁଆହାଟୀ,୨୦।୧୧: ରାଜ୍ୟରେ ବାଲ୍ୟବିବାହ ରୋକିବା ପାଇଁ ଆସାମ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଅରୁନ୍ଧତୀ ସ୍କିମ୍‌ରେ ବିବାହ ସମୟରେ କନ୍ୟାଙ୍କୁ ମାଗଣାରେ ୧ ତୋଳା ସୁନା ଦେବେ ସରକାର। ମଙ୍ଗଳବାର ସନ୍ଧ୍ୟାରେ ଗୁଆହାଟୀରେ ବସିଥିବା କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ଏହି ଯୋଜନାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ନ ଥିବା ପରିବାର ଏହି ସ୍କିମରେ ଅନ୍ତର୍ଭୁକ୍ତ ହୋଇପାରିବେ। ବାଲ୍ୟବିବାହ ନିଷେଧ ଅଧିନିୟମ ଅନୁସାରେ ଭାରତରେ କୌଣସି ଯୁବତୀ ୧୮ ବର୍ଷ ପୂର୍ବରୁ ଓ ଯୁବକ ୨୧ ବର୍ଷ ପୂର୍ବରୁ ବିବାହ କରିପାରିବେ ନାହିଁ। ଯଦି ବୟସ ପୂର୍ବରୁ ବିବାହ କରନ୍ତି ତେବେ ଏହି ଯୋଜନାର ଲାଭ ଉଠାଇପାରିବେ ନାହିଁ। ବାଲ୍ୟବିବାହ ରୋକିବା ଏହି ଯୋଜନାର ମୂଳ ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ଉକ୍ତ ବୈଠକରେ ଆଉ ଏକ ନିଷ୍ପତ୍ତି ନିଆଯାଇଥିଲା। ସମସ୍ତ କାର୍ଯ୍ୟାଳୟରେ ସାନିଟାରି ନାପକିନ୍‌ ରଖିବା ବାଧ୍ୟତାମୂଳକ ବୋଲି ଉଦ୍ୟୋଗମାନଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ହଠାତ୍‌ ସଂସଦରେ ପହଞ୍ଚିଲେ NSA ଅଜିତ ଡୋଭାଲ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୯।୭: ସଂସଦର ମୌସୁମୀ ଅଧିବେଶନ ସମୟରେ ବୁଧବାର NSA ଅଜିତ ଡୋଭାଲ ସଂସଦରେ ପହଞ୍ଚିବା ପରେ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି ହୋଇଯାଇଛି। ସେହି ସମୟରେ…

ଚିକେନ୍‌ ଖାଉଛନ୍ତି କି? ଜାଣିନିଅନ୍ତୁ…ଏହି ବିପଜ୍ଜନକ ବ୍ୟାକ୍ଟେରିଆକୁ ନେଇ ସାବଧାନ କଲେ ବୈଜ୍ଞାନିକ

ନୂଆଦିଲ୍ଲୀ, ୨୯।୭: ଚିକେନ୍‌ ହେଉଛି ପ୍ରୋଟିନର ଏକ ଉତ୍ତମ ଉତ୍ସ ଏବଂ ବିଶ୍ୱର ଏକ ବଡ଼ ଜନସଂଖ୍ୟା ଏହାକୁ ପ୍ରଚୁର ପରିମାଣରେ ଖାଇଥାନ୍ତି। କିନ୍ତୁ ନିକଟରେ ବୈଜ୍ଞାନିକ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…

କେତେ ସମ୍ପତ୍ତିର ମାଲିକାଣୀ ସାୟୋନୀ ଘୋଷ? କେବେ ମମତାଙ୍କ ଅତି ଘନିଷ୍ଠ, ଆଜି NDA ମିଟିଂରେ ଯୋଗଦେବା ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୭: କେବେ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିବା ସାୟୋନୀ ଘୋଷଙ୍କ ସ୍ୱର ଏବେ ସମ୍ପୂର୍ଣ୍ଣ ବଦଳିଯାଇଛି। ଟିଏମସି (TMC) ର ଜଣେ ତେଜସ୍ୱୀ ନେତ୍ରୀ…

ଜୁନରେ ଘାରିଥିଲା ମରୁଡ଼ି ଆଶଙ୍କା, ଜୁଲାଇରେ ଲଗାଣ ବର୍ଷା; ଉଜୁଡ଼ିବାକୁ ବସିଲା ଧାନ ଚାଷ

ଅମରପାଲି, ୨୯।୭ (ପୀତାମ୍ବର ସାହୁ): ଚଳିତ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର କୃଷି ଅଞ୍ଚଳରେ ପାଗର ଅସ୍ବାଭାବିକ ପରିବର୍ତ୍ତନ ଚାଷୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri