ବାଳସୁଧାର ଗୃହରୁ ଅନ୍ତେବାସୀ ଚମ୍ପଟ ଘଟଣା: ଦୁଇ ସପ୍ତାହ ପରେ ମଧ୍ୟ ୩ ଜଣଙ୍କ ମିଳୁନି ପତ୍ତା

ବ୍ରହ୍ମପୁର ଅଫିସିି,୧।୬: ପର୍ଯ୍ୟବେକ୍ଷଣ ଆବାସ ଓ ବାଳସୁଧାର ଗୃହରୁ ୭ ଅନ୍ତେବାସୀ ଚମ୍ପଟ ମାରିଥିବା ଘଟଣାର ଦୁଇ ସପ୍ତାହ ପରେ ମଧ୍ୟ ୩ ଜଣଙ୍କର ପତ୍ତା ମିଳିପାରିନାହିଁ। ଫଳରେ ଏବେ ଉଭୟ ପୋଲିସ ଓ ବାଳସୁଧାରଗୃହର ଅଧୀକ୍ଷକ ପାଇଁ ଚିନ୍ତାର କାରଣ ପାଲଟିଛି । ଯଦିଓ ପୋଲିସ ଘଟଣା ପରେ ଚମ୍ପଟ ମାରିଥିବା ଅନ୍ତେବାସୀଙ୍କ ପରିବାରବର୍ଗ ଓ ସ୍ଥାନୀୟ ଥାନାକୁ ଖବର କରିଛି । ଏଯାବତ୍‌ ସେମାନଙ୍କୁ ଠାବ କରାଯାଇ ପାରି ନ ଥିବାରୁ ଏନେଇ ସାଧାରଣରେ ଚର୍ଚ୍ଚା ହେଉଛି।
ସେମାନେ ବିଭିନ୍ନ ଗୁରୁତର ଅପରାଧ ଯଥା ବଳାତ୍କାର ଓ ଡକାୟତି ଭଳି ମାମଲାରେ ଜଡ଼ିତ ଥିଲେ ବୋଲି ତଦନ୍ତରୁ ଜଣାପଡ଼ିଥିବା ନେଇ ବ୍ରହ୍ମପୁର ଏସ୍‌ଡିିପିଓ ବିଷ୍ଣୁପ୍ରସାଦ ପତି ସୂଚନା ଦେଇଛନ୍ତି । ଗିରଫ ହୋଇଥିବା ୪ ଅନ୍ତେବାସୀଙ୍କ ମଧ୍ୟରୁ ୩ ଜଣ ଅପରାଧ ଘଟାଇବା ସମୟରେ ସାବାଳକ ଥିଲେ ବୋଲି ଏସ୍‌ଡିପିଓ ପତି କହିଛନ୍ତି। ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏବେ ବସ୍‌ ଓ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି। ହେଲେ ଅଦ୍ୟାବଧି ଧରାପଡି ନ ଥିବା ଅନ୍ତେବାସୀ ଏବେ କେଉଁଠି ଅଛନ୍ତି ସେ ନେଇ ସାଧାରଣରେ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି। ଅନ୍ୟପଟେ ଘଟଣା ପରେ ସେଠାରେ କାର୍ଯ୍ୟରତ ଥିବା ଗୃହରକ୍ଷୀଙ୍କୁ ବାଳସୁଧାର ଗୃହରୁ ହଟାଇ ବ୍ର୍ରହ୍ମପୁର ଏସ୍‌ପି ଅଫିସରେ ନିୟୋଜିତ କରାଯାଇଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri