ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିବା ପରୋ ନିଖୋଜ ଝିଅ ମାନଙ୍କୁ ଉଦ୍ଧାର ପାଇଁ ଏକ ଟିମ୍ ଗଠନ ହୋଇଛି । ଉକ୍ତ ଟିମ୍ ଭୁବନେଶ୍ୱରରେ ପହଞ୍ଚି ନିଖୋଜ ଝିଅମାନଙ୍କର ଅନୁସନ୍ଧାନ ଚଳାଇଛି । ଏପରି କି ଘଟଣା ସମ୍ପର୍କରେ ଭୁବନେଶ୍ୱର କମିଶନରେଟ ପୋଲିସକୁ ମଧ୍ୟ ସୂଚନା ଦିଆଯାଇଛି ବୋଲି ଗୋଶାଣିନୂଆଗାଁ ଥାନାଧିକାରୀ ସୁମିତ କୁମାର ସୋରେନ କହିଛନ୍ତି । ଏକ ସୂତ୍ରରୁ ମିଳିଥିବା ଅନୁସାରେ ଅନ୍ତେବାସୀମାନେ ନିର୍ଯାତନାର ଶିକାର ହୋଇ ସୋମବାର ରାତି ଉକ୍ତ ବାଳାଶ୍ରମର ପଛପଟ ପାଚେରି ଦେଇ ପଳାଇଥିଲେ। ପରେ ସେମାନେ ବ୍ରହ୍ମପୁର ରେଳଷ୍ଟେଶନକୁ ଯାଇ ସେଠାରୁ ଭୁବନେଶ୍ୱର ଚାଲିଯାଇଥିବା ପୋଲିସ ସୂଚନା ପାଇଛି । ଜଣେ ଝିଅ ଭୁବନେଶ୍ୱରସ୍ଥିତ ତାଙ୍କ ଘରେ ଥିବା ପୋଲିସ ଜାଣିବାକୁ ପାଇଛି ।
Posted inଆମ ଜିଲା ଖବର, ଗଞ୍ଜାମ View All
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର
ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…
ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…
ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…
Archives

