ବ୍ରହ୍ମପୁର ଅଫିସ,୧୧ା୧-ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ଗତ ୬ ତାରିଖରେ ଫେରାର୍ ହୋଇଯାଇଥିବା ୧୩ ନାବାଳିକାଙ୍କ ମଧ୍ୟରୁ ପୂର୍ବରୁ ୪ ଜଣ ଉଦ୍ଧାର ହୋଇଥିଲେ। ଶୁକ୍ରବାର ଆଉ ୨ ଜଣଙ୍କୁ ସ୍ବତନ୍ତ୍ର ଟିମ ଉଦ୍ଧାର କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରୁ ଓ ଅନ୍ୟ ଜଣେ କେନ୍ଦ୍ରାପଡ଼ାରୁ ଫେରୁଥିବା ବେଳେ ତାଙ୍କୁ କଟକ ବସଷ୍ଟାଣ୍ଡରୁ ଉଦ୍ଧାର କରାଯାଇଥିବା ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ଫେରାର୍ ନାବାଳିକାମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୬ ଜଣ ଉଦ୍ଧାର ହେଲେଣି। ଅନ୍ୟପକ୍ଷରେ ଘଟଣାର ୪ ଦିନ ପରେ ଆଉ ୭ ଜଣଙ୍କ ପତ୍ତା ଏ ଯାଏ ମିଳିପାରିନାହିଁ। ସେମାନେ ସେମାନେ କେଉଁଠି ଏବଂ କିପରି ଅଛନ୍ତି ତାହା ଅସ୍ପଷ୍ଟ ରହିଛି।
ସୂଚନାଯୋଗ୍ୟ, ଗତବର୍ଷ ୬ ନାବାଳିକା ଉତ୍କଳ ବାଳାଶ୍ରମରୁ ଚମ୍ପଟ ମାରିଥିଲେ। ସେମାନଙ୍କୁ ଅଦ୍ୟାବଧି ଉଦ୍ଧାର କରାଯାଇ ପାରିନାହିଁ। ଅସୁରକ୍ଷିତ ଭାବେ ଅନ୍ତେବାସୀମାନେ ବାଳାଶ୍ରମରେ ରହୁଥିବା ଯୋଗୁ ଏଭଳି ଘଟଣା ବାରମ୍ବାର ଘଟୁଛି। ଅନ୍ୟପକ୍ଷରେ ବାଳାଶ୍ରମର ପାଚେରି ନିର୍ମାଣ ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ ସେଥିପ୍ରତି କେହି ଦୃଷ୍ଟି ନ ଦେବା ପରିତାର ବିଷୟ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…
ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍ ପରୀକ୍ଷା…
ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…
ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…
ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ
ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…
ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…
ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼
ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…
Archives

