ବାସୁଦେବପୁର ବ୍ଲକର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ

ପଦ୍ମପୁର,୨୩।୫(ଡି.ଏନ୍‌.ଏ.): ଅମ୍ଫନ୍‌ ବାତ୍ୟାରେ କ୍ଷତିଗ୍ରସ୍ତ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୧୬ଟି ପଞ୍ଚାୟତକୁ ବିଧାୟକ ବୁଲି ଦେଖିଛନ୍ତି। ଶନିବାର ଅପରାହ୍ନରେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବିଭିନ୍ନ ପଞ୍ଚାୟତର ବାତ୍ୟା ପ୍ରଭବରେ ଭାଙ୍ଗି ଯାଇଥିବା ମାଟି ଘରଗୁଡିକ ଦେଖିବା ସହ କ୍ଷତିଗ୍ରସ୍ତ ଲୋକଙ୍କୁ ବ୍ୟକ୍ତିଗତ ଭାବରେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଏଥିସହ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ଲୋକଙ୍କ ସମସ୍ୟା ବିଷୟରେ ସ୍ଥାନୀୟ ସରପଞ୍ଚଙ୍କ ସହ ଆଲୋଚନା କରିଥିଲେ। କରୋନା ରୋଗୀଙ୍କ ପରୀକ୍ଷା ପାଇଁ ବିଡ଼ିଓଙ୍କ ମାଧ୍ୟମରେ ବାସୁଦେବପୁର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଦୁଇଟି ସ୍କ୍ରିନିଂ ମେଶିନ୍‌ ପ୍ରଦାନ କରିଥିଲେ। ବିଧାୟକଙ୍କ ଗସ୍ତ ସମୟରେ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ,ବିଡ଼ିଓ ପ୍ରଣବ କୁମାର ବେହେରା, ଅତିରିକ୍ତ ତହସିଲଦାର ବିଶ୍ୱନାଥ ବିଶ୍ୱାଳ, ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାସ ଓ ବିଭିନ୍ନ ପଞ୍ଚାୟତରେ ସରପଞ୍ଚ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri