ବାହକ ହୋଇପାରେ ମୋବାଇଲ ଫୋନ୍‌

ନୂଆଦିଲ୍ଲୀ,୧୬ା୫(ପି.ଟି.): ମୋବାଇଲ ଫୋନ୍‌ କରୋନା ଭୂତାଣୁର ବାହକ ହେବାର ସମ୍ଭାବନା ରହୁଥିବା ରାୟପୁର ଏମ୍ସର ଡାକ୍ତରମାନେ ସତର୍କ କରାଇଦେଇଛନ୍ତି। ଏହା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସକ୍ରମିତ କରିବା ଆଶଙ୍କା ଥିବାରୁ ହସ୍ପିଟାଲଗୁଡ଼ିକରେ ମୋବାଇଲ ଫୋନ୍‌ ବ୍ୟବହାର ଉପରେ କଟକଣା ଲଗାଇବାକୁ ସେମାନେ ସୁପାରିସ୍‌ କରିଛନ୍ତି। ବିଏମ୍‌ଜି ଗ୍ଲୋବାଲ ହେଲ୍‌ଥ ଜର୍ନାଲରେ ପ୍ରକାଶିତ ଟିପ୍ପଣୀ ଅନୁଯାୟୀ ମୋବାଇଲ ଫୋନ୍‌ର ଉପରିଭାଗ ସିଧାସଳଖ ମୁହଁ କିମ୍ବା ପାଟି ସଂସ୍ପର୍ଶରେ ଆସିପାରେ। ହାତକୁ ଭଲଭାବେ ଧୋଇଲେ ମଧ୍ୟ କେତେଜଣ ସ୍ବାସ୍ଥ୍ୟ କର୍ମଚାରୀ ପ୍ରତି ୧୫ ମିନିଟରୁ ୨ ଘଣ୍ଟା ମଧ୍ୟରେ ମୋବାଇଲ ଫୋନ୍‌ ବ୍ୟବହାର କରୁଥିବା ଏକ ଅଧ୍ୟୟନରୁ ଜଣାପଡିଛି। ସେମାନେ ଅନ୍ୟ କର୍ମଚାରୀଙ୍କ ସହ ଯୋଗାଯୋଗ କରିବା, ମେଡିକାଲର ନୂଆ ଗାଇଡ୍‌ଲାଇନ ସମ୍ପର୍କରେ ଜାଣିବା, ଗବେଷଣା ଔଷଧ ସମ୍ପର୍କରେ କଥା ହେବା ଓ ଏହାର ପାର୍ଶ୍ୱ ପ୍ରତିକ୍ରିୟା ଜାଣିବା, ଟେଲିମେଡିସିନ୍‌ ଆପଏଣ୍ଟମେଣ୍ଟ ଆଦି ପାଇଁ ମୋବାଇଲ ଫୋନ୍‌ ବ୍ୟବହାର କରିଥାନ୍ତି। ତେଣୁ ହସ୍ପିଟାଲରେ ମୋବାଇଲ ଫୋନ୍‌ ବ୍ୟବହାର ଉପରେ କଟକଣା ଜରୁରୀ ବୋଲି କମ୍ୟୁନିଟି ଓ ଫାମିଲି ମେଡିସିନ୍‌ ବିଭାଗର ଡାକ୍ତରମାନେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri